Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କଲେ ରାହୁଲ, ଏକ୍ସରେ ପୋଷ୍ଟ କରି କହିଲେ, ଭଲ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୦।୮: କେରଳର ୱାୟନାଡରେ ପ୍ରବଳ ବର୍ଷା ପରେ ଜୁଲାଇ ୩୦ରେ ଘଟିଥିବା ଭୂସ୍ଖଳନ ଘଟଣା ଅଞ୍ଚଳକୁ ଛାରଖାର କରିଦେଇଛି। ଏଥିରେ ୩୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଶହ ଶହ ଲୋକ ନିଖୋଜ ଅଛନ୍ତି। ଘର ନଷ୍ଟ ହୋଇଯାଇଛି। ଲୋକମାନେ କୌଣସି ପ୍ରକାରେ ନିଜ ପ୍ରିୟଜନ ମିଳିବା ଆଶାରେ ଦିନ ବିତାଉଛନ୍ତି। ଏନେଇ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂସ୍ଖଳନ ପ୍ରଭାବିତ ୱାୟନାଡ ପରିଦର୍ଶନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦ ସକାଳ ପ୍ରାୟ ୧୧ଟାରେ କନ୍ନୁରରେ ପହଞ୍ଚିବେ। ତେବେ ଏହାକୁ ନେଇ ଲୋକ ସଭାର ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୋସିଆଲ ମିଡିଆରେ ପ୍ରଶଂସା କରିଛନ୍ତି। ମୋଦିଙ୍କ ଗସ୍ତକୁ ନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ କରି ରାହୁଲ କହିଛନ୍ତି, ମୋଦିଜୀ, ଏହି ଦୁଖଦ ଘଟଣା ସମ୍ପର୍କରେ ବ୍ୟକ୍ତିଗତ ଭାବେ ଜାଣିବା ପାଇଁ ୱାୟନାଡରେ ପହଞ୍ଚିଥିବାରୁ ଧନ୍ୟବାଦ। ଏହା ଏକ ଭଲ ନିଷ୍ପତ୍ତି।

ଉକ୍ତ ପୋଷ୍ଟରେ ରାହୁଲ ଗାନ୍ଧୀ ଆହୁରି କହିଛନ୍ତି, ମୁଁ ନିଶ୍ଚିତ ଯେ ଯେତେବେଳେ ପ୍ରଧାନମନ୍ତ୍ରୀ ବିନାଶର ମାତ୍ରା ଦେଖିବେ, ସେତେବେଳେ ସେ ଏହାକୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରିବେ। କହିରଖୁଛୁ ଯେ, ଏହି ଯାତ୍ରା ସମୟରେ ପିଏମ ମୋଦି ରିଲିଫ କ୍ୟାମ୍ପ ଏବଂ ଡାକ୍ତରଖାନା ପରିଦର୍ଶନ କରିବେ। ସେଠାରେ ସେ ଭୂସ୍ଖଳନରେ ପୀଡିତ ଏବଂ ଆହତ ଲୋକଙ୍କୁ ଭେଟିବେ। ଏହା ସହିତ ସେ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri