Posted inଜାତୀୟ

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ ଉଭୟଙ୍କ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଆଲୋଚନା ହୋଇଥିଲା, କିନ୍ତୁ ସରକାରଙ୍କ ପକ୍ଷରୁ ପ୍ରଦର୍ଶନକାରୀମାନଙ୍କର କୌଣସି ଦାବି ଉପରେ କୌଣସି ଆଶ୍ୱାସନା ଦିଆଯାଇ ନାହିଁ। ତଥାପି, ଜେ.ପି. ନଡ୍ଡା ପ୍ରତିନିଧୀମାନଙ୍କୁ ଧାରଣା ସମାପ୍ତ କରି ସାଧାରଣ ଅବସ୍ଥା ଫେରାଇ ଆଣିବାକୁ କରିବାରେ ପ୍ରଶାସନକୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି।

ସେପଟେ ସିଜେପି (CJP) ପ୍ରଦର୍ଶନ ସମୟରେ ଛାତ୍ରମାନଙ୍କୁ ଲାଠିଚାର୍ଜ କରାଯିବା ପ୍ରତିବାଦରେ ସାଂସଦ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରେ ଧାରଣାରେ ବସିଛନ୍ତି। ସେମାନେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି।

ନିଟ୍‌ ପ୍ରଶ୍ନପତ୍ର ଲିକ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ପ୍ରସଙ୍ଗ ଦେଶର ଯୁବବର୍ଗଙ୍କ ଭବିଷ୍ୟତ ସହିତ ଜଡ଼ିତ ଏବଂ ସରକାର ଏଥିପ୍ରତି ଗମ୍ଭୀରତା ଦେଖାଉ ନାହାନ୍ତି। ସେ କହିଛନ୍ତି, ‘ବାଚସ୍ପତି କହିଲେ ଯେ ସରକାରଙ୍କୁ ପଚାରିବାକୁ ପଡ଼ିବ। ପ୍ରସଙ୍ଗଟି ଯୁବବର୍ଗଙ୍କ ଭବିଷ୍ୟତର ଅଟେ। ଲୋକମାନଙ୍କୁ ମରାଯାଉଛି। ମୋଦି ଜୀ ଗତକାଲିର ଘଟଣା ପାଇଁ କ୍ଷମା ମଧ୍ୟ ମାଗି ନାହାନ୍ତି। ଏହି ଯୁବକମାନେ ଶିକ୍ଷା ବ୍ୟବସ୍ଥା ଏବଂ ପରୀକ୍ଷା ବ୍ୟବସ୍ଥା ବିରୋଧରେ ପ୍ରତିବାଦ କରୁଛନ୍ତି। ସମଗ୍ର ଦେଶ ଜାଣିଛି ଯେ ବ୍ୟବସ୍ଥା ବିଫଳ ହୋଇଯାଇଛି ଏବଂ ସେଥିରେ ଉଇ ଲାଗିଯାଇଛି।’

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?