Posted inଜାତୀୟ

ଅନ୍ନଦାତାଙ୍କ ଆନ୍ଦୋଳନକୁ ସଫଳ କରିବାକୁ ଆହ୍ୱାନ ଦେଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଚଲାଇଥିବା ବେଳେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ବହୁ ବରିଷ୍ଠ କଂଗ୍ରେସ ନେତା କୃଷକଙ୍କ ଏହି ସଂଘର୍ଷକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି । ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ଦେଶ୍ୟରେ ଏକ ଟୁଇଟ୍ କରି ଲେଖଛନ୍ତି, ମୋଦି ଜୀ କୃଷକଙ୍କଠାରୁ ଚୋରୀ କରିବା ବନ୍ଦ କରନ୍ତୁ । ସମସ୍ତ ଦେଶବାସୀ ଜାଣିଛନ୍ତି ଆଜି ଭାରତ ବନ୍ଦ । ଏହାର ପୂର୍ଣ୍ଣ ସମର୍ଥନ କରି ଆମ ଅନ୍ନଦାତାଙ୍କ ସଂଘର୍ଷକୁ ସଫଳ କରନ୍ତୁ । ସେହିପରି ପ୍ରିୟଙ୍କା ବିରୋଧ ପ୍ରଦର୍ଶନ କରୁଥିବା କୃଷକଙ୍କୁ ସମର୍ଥନ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ ଯେଉଁ କୃଷକ ପରିଶ୍ରମ କରି ଆମ ଥାଳି ଭରଣା କରୁଛନ୍ତି, ସେହି କୃଷକଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ନିଜର ଅରବପତି ବନ୍ଧୁଙ୍କ ଥାଳି ଭରଣା କରୁଛନ୍ତି । ପ୍ରିୟଙ୍କା କହିଛନ୍ତି ଏହି ସଂଘର୍ଷ ଆପଣଙ୍କ ଥାଳି ଓ ଅରବପତିଙ୍କ ଥାଳି ଭରଣାର କଥା । ତେଣୁ ଦେଶବାସୀ ଆଗେଇ ଆସନ୍ତୁ ଓ କୃଷକଙ୍କୁ ସହଯୋଗ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri