ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି ରାହୁଲ, ପ୍ରିୟଙ୍କା

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ଆସନ୍ତା ଅକ୍ଟୋବରରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତି ମଲ୍ଲିକାର୍ଜୁନ ଖାରଗେ ମଧ୍ୟ ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ରାହୁଲ ଓ ପ୍ରିୟଙ୍କା ଓଡ଼ିଶା ଆସିବା ନେଇ କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୫ ଜଣ ବିଧାୟକ ଦିଲ୍ଲୀ ଯାଇ ରାହୁଲ ଗାନ୍ଧୀଙ୍କୁ ଭେଟିଛୁ। ଅକ୍ଟୋବର ଶେଷ ସୁଦ୍ଧା ରାହୁଲ ଓ ପ୍ରିୟଙ୍କା ଓଡ଼ିଶା ଆସିବେ। ୪ଟି ଜୋନରେ ରାହୁଲ ସଭା କରିବାକୁ ଯୋଜନା ରହିଛି। ଅନ୍ୟପକ୍ଷରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ସେପ୍ଟେମ୍ବର ପ୍ରଥମ ସପ୍ତାହରେ ସେ ଦିଲ୍ଲୀ ଯାଇ ରାହୁଲ, ପ୍ରିୟଙ୍କା ଓ ଖାରଗେଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ। ଅକ୍ଟୋବର ସୁଦ୍ଧା ସେମାନେ ଓଡ଼ିଶା ଆସିପାରନ୍ତି। ତେବେ ଗସ୍ତ ନେଇ କୌଣସି ଚୂଡ଼ାନ୍ତ କାର୍ଯ୍ୟକ୍ରମ ପ୍ରସ୍ତୁତ ହୋଇନାହିଁ ବୋଲି ଶରତ କହିଛନ୍ତି।
୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜ୍ୟ ରାଜନୀତି ସରଗରମ ହେବାରେ ଲାଗିଛି। ରାଜ୍ୟରେ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ନିଜ ପାଇଁ ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି। ନିକଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସି ନିଜ ଦଳର ନେତା, କର୍ମୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଅକ୍ଟୋବରରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ଦଳୀୟ ନେତା ଓ କର୍ମୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ଅନ୍ୟପକ୍ଷରେ ଶାସକ ବିଜେଡି ପକ୍ଷରୁ ବିଭିନ୍ନ ସ୍ଥାନରେ ସଭାସମିତି କରି ରାଜ୍ୟ ସରକାରଙ୍କ ସୁଫଳ ବିଷୟରେ ଲୋକମାନଙ୍କ ନିକଟରେ ବାର୍ତ୍ତା ପହଞ୍ଚାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ କୋଟି ଟଙ୍କାର ଡ୍ରଗ୍ସ ଜବତ

ମୁମ୍ବାଇ,୧୮ା୮: ମୁମ୍ବାଇର ଜବାହରଲାଲ ନେହେରୁ ବନ୍ଦର ନିକଟ କଣ୍ଟେନର ଫ୍ରେଇଟ୍‌ ଷ୍ଟେଶନରେ ମକା ଚାଲାଣ ଭିତରୁ ୫୫ କେ.ଜି. ମେଥାମ୍ଫେଟାମାଇନ୍‌ ଜବତ ହୋଇଛି। ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ…

ଶାହରୁଖଙ୍କ ଘରେ ସାପ

ମୁମ୍ବାଇ,୧୮ା୮: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ମୁମ୍ବାଇ ବାସଭବନ ମାନତ୍‌ରୁ ସୋମବାର ରାତିରେ ୨ଟି ସାପ ଦେଖିବାକୁ ମିଳିଥିଲା। ବାସଭବନ ବଗିଚାର ଏକ ସେଡ୍‌ ତଳେ ସାପ…

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri