Posted inଜାତୀୟ

ନନାଙ୍କୁ ଠେଲିଦେଲେ ରାହୁଲ! କଂଗ୍ରେସ ଏମପିଙ୍କ ନାଁରେ ହେବ ଏଫଆଇଆର

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନ ର୍ନିମାତା ବି.ଆର୍‌ ଆମ୍ବେଦକରଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହି ପ୍ରସଙ୍ଗରେ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସ୍ଥିତି ଏପରି ହୋଇଛି ଯେ ସଂସଦରେ ଗଣ୍ଡଗୋଳର ପରିସ୍ଥିତି ଉପୁଜିଛି। ଗୁରୁବାର ସଂସଦ ପରିସରରେ ଉଭୟ ପାର୍ଶ୍ୱରୁ ପ୍ରଦର୍ଶନ କରାଯାଇଥିଲା। ଏହି ସମୟରେ ପିରିସ୍ଥିତି ଏପରି ହୋଇଥିଲା ଯେଉଁଥିରେ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଓ ମୁକେଶ ରାଜପୁତ ଆହତ ହୋଇଛନ୍ତି। ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏନେଇ ପ୍ରତାପ ଷଡଙ୍ଗୀ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି।

ଗୁରୁବାର ଭାଜପା ଓ କଂଗ୍ରେସ ଆମ୍ବେଦକର ପ୍ରସଙ୍ଗରେ ସଂସଦ ପରିସରରେ ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଭାଜପା ଓ ଇଣ୍ଡିଆ ମେଣ୍ଟ ମୁହାଁମୁହିଁ ହୋଇଥିଲେ। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦଳର ଏମପିମାନେ ବିରୋଧ କରିଥିଲେ। ସେମାନେ ଗୃହମନ୍ତ୍ରୀ ଅମିତ ଶାହାଙ୍କଠାରୁ କ୍ଷମା ପ୍ରାର୍ଥନା ଦାବି କରିଥିଲେ। ଏହି ପ୍ରଦର୍ଶନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳର ଏମପିମାନେ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ପ୍ରତାପ ଷଡଙ୍ଗୀଙ୍କୁ ଆଘାତ ଲାଗିଥିଲା। ତାଙ୍କ କହିବା ଅନୁଯାୟୀ ମୁଁ ସିଡ଼ି ନିକଟରେ ଠିଆ ହେଇଥିଲି। ରାହୁଲ ଗାନ୍ଧୀ ଆସି ଜଣେ ଏମପିଙ୍କୁ ଧକ୍କା ଦେଲେ। ସେ ମୋ ଉପରେ ପଡ଼ିଗଲେ। ଏହା ପରେ ମୁଁ ତଳେ ପଡ଼ିଗଲି। ଏନେଇ ଭାଜପା କହିଛି ଯେ, ରାହୁଲ ଭାଜପା ଏମପିଙ୍କୁ ଠେଲି ଦେଇଛନ୍ତି। ଯେଉଁଥିରେ ପ୍ରତାପଙ୍କ ମୁଣ୍ଡରେ ଆଘାତ ଲାଗିଛି। କୁହାଯାଉଛି ଯେ, ବର୍ତ୍ତମାନ ଭାଜପା ଏହି ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri