Posted inଜାତୀୟ

ଦିଲ୍ଲୀ ପୋଲିସକୁ ଜବାବ ଦେଲେ ରାହୁଲ

ନୂଆଦିଲ୍ଲୀ,୧୯।୩: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ‘ମହିଳାଙ୍କୁ ଯୌନ ଉତ୍ପୀଡ଼ନ’ ସମ୍ପର୍କରେ ତାଙ୍କ ଭାଷଣ ସମ୍ପର୍କରେ ଦିଲ୍ଲୀ ପୋଲିସ ନୋଟିସର ଜବାବ ଦେଇଛନ୍ତି। ସେ ଦିଲ୍ଲୀ ପୋଲିସକୁ ଏକ ଲମ୍ବା ଚଉଡା ମେଲ୍‌ ପଠାଇଛନ୍ତି। ଏଥିରେ ରାହୁଲ ଗାନ୍ଧୀ ଭାଷଣର ୪୫ ଦିନ ପରେ ପୋଲିସ ଗ୍ରହଣ କରିଥିବା ପ୍ରକ୍ରିୟା ଉପରେ ପ୍ରଶ୍ନ କରିଛନ୍ତି।
ଦିଲ୍ଲୀ ପୋଲିସର ନୋଟିସର ଜବାବରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ପୋଲିସର ଏହି କାର୍ଯ୍ୟ ଅଦ୍ଭୁତପୂର୍ବ। ଆଦାନୀ ମାମଲା ସମେତ ବିଭିନ୍ନ ପ୍ରସଙ୍ଗରେ ସଂସଦରେ ତଥା ବାହାରେ ତାଙ୍କ ଷ୍ଟାଣ୍ଡ ସହିତ ପୋଲିସର ଏହି କାର୍ଯ୍ୟାନୁଷ୍ଠାନ ବିଷୟରେ କୌଣସି ସମ୍ପର୍କ ନାହିଁ ବୋଲି ମୁଁ ଆଶା କରୁଛି।
ଦିଲ୍ଲୀ ପୋଲିସର ନୋଟିସକୁ ପ୍ରାରମ୍ଭିକ ଜବାବରେ ଅଧିକ ସୂଚନା ଦେବାକୁ ରାହୁଲ ଗାନ୍ଧୀ ୮-୧୦ ଦିନ ମାଗିଥିଲେ। ଦିଲ୍ଲୀ ପୋଲିସ କହିଛି ଯେ, ରାହୁଲ ଗାନ୍ଧୀଙ୍କଠାରୁ ପ୍ରାଥମିକ ଉତ୍ତର ଗ୍ରହଣ କରାଯାଇଛି, କିନ୍ତୁ ତାଙ୍କ ପକ୍ଷରୁ କୌଣସି ସୂଚନା ଶେୟାର କରାଯାଇ ନାହିଁ ଯାହା ତଦନ୍ତକୁ ଆଗକୁ ନେଇପାରିବ।
ଏହାପୂର୍ବରୁ ରବିବାର ଦିଲ୍ଲୀ ପୋଲିସ ଟିମ ରାହୁଲଙ୍କ ବାସଭବନରେ ପହଞ୍ଚିଥିଲା। ଦୀର୍ଘ ଦୁଇ ଘଣ୍ଟା ଅପେକ୍ଷା ପରେ ରାହୁଲଙ୍କୁ ଭେଟି ପଚରାଉଚରା କରିବା ପରେ ପୋଲିସ ନୋଟିସ ଦେଇଥିଲା। ଜମ୍ମୁ କଶ୍ମୀର ଭାରତ ଯୋଡୋ ଯାତ୍ରା ବେଳେ ଅନେକ ମହିଳା ତାଙ୍କୁ ଯୌନ ଉତ୍ପୀଡନର ଶିକାର ହୋଇଥିବା ନେଇ କହିଥିବା ବୟାନ ଦେଇଥିଲେ। ବୟାନ ଆଧାରରେ ଦିଲ୍ଲୀ ପୁଲିସର ଏକ ସ୍ବତନ୍ତ୍ର ଟିମ ସମସ୍ତ ମହିଳାଙ୍କ ତଥ୍ୟ ଦେବା ଲାଗି ପୋଲିସ ରାହୁଲଙ୍କୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri