ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଭୁବନେଶ୍ୱର,୧୫ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହା ଦିନ ୧୨ଟାରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚି ସେଠାରୁ ଗଞ୍ଜାମ ଜିଲାର ସୋରଡ଼ା ଗସ୍ତ କରିବେ। ସେଠାରେ ଆୟୋଜିତ ଏକ ସମାବେଶରେ ଶାହା ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମ ପରେ ଶାହା ଭୁବନେଶ୍ୱର ଫେରିଆସି ସ୍ଥାନୀୟ ଏକ ଘରୋଇ ହୋଟେଲରେ ବିଶ୍ରାମ ନେବେ। ଏହାପରେ ସେ କଟକରେ ଆୟୋଜିତ ହେବାକୁ ଥିବା ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ରୋଡ୍‌ ଶୋ ଗୋପବନ୍ଧୁ ବାଗ୍‌ରୁ ଆରମ୍ଭ ହୋଇ ବକ୍ସିବଜାର ଦେଇ ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର ଦେଇ ଯିବ। ନୟାସଡ଼କ, ବାଲୁବଜାର, ଚାନ୍ଦିନୀଚୌକ, ମହମ୍ମଦ ବଜାର ଏବଂ ଶେଖ୍‌ ବଜାର ହୋଇ ଚଣ୍ଡୀ ମନ୍ଦିର ପାଖରେ ରୋଡ୍‌ ଶୋ ପହଞ୍ଚିବ ବୋଲି ଜଣାପଡ଼ିଛି। ଏହାପରେ ଶାହା ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ସେହିପରି ବୁଧବାର ସାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନଡ୍ଡା ସାରେ ପହଞ୍ଚିବା ପରେ ସ୍ଥାନୀୟ ଏକ ଘରୋଇ ହୋଟେଲଠାରେ ଦଳର କିଛି ବରିଷ୍ଠ କାର୍ଯ୍ୟକର୍ତ୍ତା ଏବଂ ପ୍ରାର୍ଥୀମାନଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ନଡ୍ଡା ବରଗଡ଼ ଜିଲାର ପଦମ୍‌ପୁର ଏବଂ ସୁନ୍ଦରଗଡ଼ଠାରେ ଆୟୋଜିତ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରାହୁଲ କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବାକୁ ବଲାଙ୍ଗୀର ଆସିବେ। ସେଠାରେ ସେ କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ। ରାହୁଲ ଦିନ ୧୧ଟା ୧୫ ମିନିଟ୍‌ରେ ବଲାଙ୍ଗୀରଠାରେ ପହଞ୍ଚି ସେଠାରୁ ଏକ ମୋଟର ସାଇକେଲ ରାଲି ଜରିଆରେ ଜନସଭାଠାରେ ପହଞ୍ଚି ଲୋକଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲ ଗାନ୍ଧୀଙ୍କ ଗସ୍ତକୁ ନେଇ ବଲାଙ୍ଗୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଥିଲେ। ରାହୁଲ ଗାନ୍ଧୀ ଏହା ପୂର୍ବରୁ ଏପ୍ରିଲ ୨୮ରେ ସାଲେପୁର ଆସି କଂଗ୍ରେସ ପାଇଁ ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri