ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥାହେଲେ ରାହୁଲ, କହିଲେ…

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିଜୁ ଯୁବ ଓ ଛାତ୍ର ଜନତା ଦଳ ସରକାରଙ୍କ ଉପରେ ପ୍ରବଳ ବର୍ଷିଛି। ଘଟଣାକୁ ନେଇ କଂଗ୍ରେସ ମଧ୍ୟ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏହି ସମୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି। ଫୋନ ଯୋଗେ କଥା ହୋଇ ସମବେଦନା ଜଣାଇଥିବା ଜଣାପଡିଛି। ପରିବାର ସହ କଂଗ୍ରେସ ଅଛି। ପରିବାରକୁ ନ୍ୟାୟ ଦେବାକୁ ସବୁ ପ୍ରକାର ଚେଷ୍ଟା କରିବୁ ବୋଲି କହିଛନ୍ତି ରାହୁଲ।

ଗତକାଲି ଘଟଣାକୁ ନେଇ ଟୁଇଟ୍‌ କରି ସରକାରଙ୍କ ଉପରେ ବର୍ଷିଥିଲେ ରାହୁଲ। ଟୁଇଟ୍‌ କରି ରାହୁଲ ଲେଖିଥିଲେ, ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ ଭାଜପା ବ୍ୟବସ୍ଥା ଦ୍ୱାରା ଏକ ସିଧାସଳଖ ହତ୍ୟା। ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ବର ଉଠାଇଥିଲେ। କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା। ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି, ଭାଜପା ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା ଏବଂ ଏକ ର୍ନିଦ୍ଦୋଷ ଝିଅକୁ ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା। ରାହୁଲ ଆହୁରି ଲେଖିଛନ୍ତି, ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର , ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ଆତ୍ମହତ୍ୟା କରୁଛନ୍ତି ଆଉ ଆପଣ? ଆପଣ ଚୁପ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?