Posted inରାଜ୍ୟ

ଭାଜପାର ମୁହଁ ବନ୍ଦ କରିଦେଲେ ରାହୁଲ, ଓଡ଼ିଶାରେ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଆଦାନୀ ପାଇଁ ରଥକୁ ରୋକାଯାଉଛି ବୋଲି କହିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର। ଓଡ଼ିଶାରେ ୪୦ ହଜାରରୁ ଊଦ୍ଧର୍‌ବ ମହିଳା ଗାଏବ ହୋଇଛନ୍ତି। ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି।

ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନି, କିନ୍ତୁ ଆମେ ଏହା ଲାଗୁ କରିବୁ। ବିକାଶ ଓଡ଼ିଶାର ଜନତାଙ୍କ ପାଇଁ କରିବା ଉଚିତ୍‌। ଏଠାକାର ସରକାର ଜଙ୍ଗଲ, ଜମିରୁ ଆପଣଙ୍କୁ ହଟାଉଛନ୍ତି। ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ। ମୋଦି ଫସଲ ବୀମା ଯୋଜନା ଲାଗୁ କରିଥିଲେ। ଏଥିପାଇଁ ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ ବୋଲି ରାହୁଲ କହିଛନ୍ତି।

ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି। ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି। ଦଳିତଙ୍କୁ ନା ସରକାରରେ ସ୍ଥାନ ମିଳୁଛି, ନା ବ୍ୟୁରୋକାସିରେ। ଜାତି ଜନଗଣନା ନିହାତି ଜରୁରୀ, ଏହା ସେମାନଙ୍କୁ ସଶକ୍ତ କରିବ ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri