Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ରାହୁଲ କହିଲେ…

ନୂଆଦିଲ୍ଲୀ,୯ା୨: କଂଗ୍ରେସର ପୂର୍ବତନ ସଭାପତି ତଥା ଏମ୍‌ପି ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ‘ଆତ୍ମନିର୍ଭର ଭାରତ’କୁ ଟାର୍ଗେଟ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ତେଲେଙ୍ଗାନାରେ ପ୍ରତିଷ୍ଠିତ ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ଚାଇନାର ଏକ କମ୍ପାନୀ ସାହାଯ୍ୟରେ ତିଆରି ହୋଇଛି। ରାହୁଲ ଟୁଇଟ୍‌ କରି କେନ୍ଦ୍ର ସରକାରଙ୍କ ବିରୋଧରେ ଏପରି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଚାଇନା ସହାୟତାରେ ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ନିର୍ମାଣ କରାଯାଇଛି। ନୂତନ ଭାରତ ଚାଇନା ଉପରେ ‘ନିର୍ଭରଶୀଳ କି?

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ହାଇଦ୍ରାବାଦରେ ଏକାଦଶ ଶତାବ୍ଦୀର ସାଧୁ ରାମାନୁଜାଚାର୍ଯ୍ୟଙ୍କ ସ୍ମୃତିରେ ନିର୍ମିତ ୨୧୬ ଫୁଟ ଉଚ୍ଚ ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମଶାବାଦସ୍ଥିତ ‘ଯଜ୍ଞଶାଳା’ରେ ଉପାସନା କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ, ସନ୍ଥ ରାମାନୁଜାଚାର୍ଯ୍ୟଙ୍କ ଏହି ପ୍ରତିମୂର୍ତ୍ତି ଭାରତ ଏବଂ ବିଶ୍ୱରେ ସମାନତାର ପ୍ରତୀକ। ଏହା ଆମକୁ ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ଆକାରରେ ସମାନତାର ବାର୍ତ୍ତା ଦେଉଛି। ଏହି ବାର୍ତ୍ତା ସହିତ ଆଜି ଦେଶ ‘ସବ୍‌କା ସାଥ, ସବ୍‌କା ବିକାଶ, ସବ୍‌କା ବିଶ୍ୱ ଏବଂ ସବ୍‌କା ପ୍ରାର୍ଥନା’ ମନ୍ତ୍ର ସହିତ ନୂତନ ଭବିଷ୍ୟତର ମୂଳଦୁଆ ପକାଉଛି। ତେବେ ରାହୁଲ ଏହି ‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ଉପରେ ପ୍ରଶ୍ନ ଉଠାଇଛନ୍ତି।

‘ଷ୍ଟାଚ୍ୟୁ ଅଫ୍‌ ଇକ୍ୱାଲିଟି’ ପଞ୍ଚଲୁହାରେ ନିର୍ମିତ ହୋଇଛି। ଯଥା ପାଞ୍ଚଟି ଧାତୁ ସୁନା, ରୁପା, ତମ୍ବା, ପିତ୍ତଳ ଏବଂ ଜିଙ୍କ୍‌। ଏହା ଏକ ବସିଥିବା ଅବସ୍ଥାରେ ବିଶ୍ୱର ସବୁଠୁ ଉଚ୍ଚ ପ୍ରତିମୂର୍ତ୍ତି। ଏହି ମୂର୍ତ୍ତିଟି ‘ଭଦ୍ର ବେଦୀ’ ନାମକ ଏକ ୫୪ ଫୁଟ ଉଚ୍ଚ କୋଠାରେ ସ୍ଥାପିତ ହୋଇଛି। ଏଥିରେ ବୈଦିକ ଲାଇବ୍ରେରୀ ରହିଛି। ଏହି ପ୍ରତିମୂର୍ତ୍ତିକୁ ରାମାନୁଜାଚାର୍ଯ୍ୟ ଆଶ୍ରମର ଶ୍ରୀ ଚିନ୍ନା ଜେୟାର ସ୍ବାମୀ ସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?