Posted inଜାତୀୟ

ହିଟ୍‌ମ୍ୟାନ୍‌ଙ୍କୁ ପ୍ରଶଂସାରେ ପୋତି ପକାଇଲେ ରାହୁଲ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଦଳର କୋଚ ରାହୁଲ ଦ୍ରାବିଡ଼ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି। ରାହୁଲ ଆଗାମୀ ଟି-୨୦ ସିରିଜରେ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ବିଶ୍ରାମ ଦେବା ନିଷ୍ପତ୍ତି ବିଷୟରେ ମଧ୍ୟ କହିଛନ୍ତି।

ଏହି ସିରିଜରେ ରୋହିତଙ୍କୁ ବିଶ୍ରାମ ଦେବା ନିଷ୍ପତ୍ତି ବିଷୟରେ ରାହୁଲ କହିଛନ୍ତି, ରୋହିତ ଜଣେ ଉଚ୍ଚକୋଟୀର ଖେଳାଳି। ସେ ସମସ୍ତ ଫର୍ମାଟରେ ଖେଳୁଛନ୍ତି। ସମସ୍ତେ ସବୁବେଳେ ଉପଲବ୍ଧ ହେବା ଆଶା କରିବା ଭୁଲ୍‌ ଅଟେ। ଆମେ ଚାହୁଁ ଖେଳାଳି ତାଜା ଏବଂ ଫିଟ ହୁଅନ୍ତୁ। ବେଳେବେଳେ ଆମକୁ ଆମର ବଡ ଖେଳାଳିଙ୍କୁ ବିଶ୍ରାମ ଦେବାକୁ ପଡେ। ଏହି ଅବସରରେ ଦ୍ରାବିଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ପ୍ରଶଂସା କରିବା ସହ ଆଇପିଏଲରେ ତାଙ୍କର ପ୍ରଦର୍ଶନ ଏବଂ ନେତୃତ୍ୱ ପ୍ରଶଂସନୀୟ ବୋଲି କହିଥିଲେ। ତାଙ୍କଠାରୁ ସମସ୍ତ ତିନୋଟି କ୍ଷେତ୍ରରେ ସେ ଭଲ ପ୍ରଦର୍ଶନ କରିବେ ବୋଲି ଦଳ ଆଶା କରିଛି।
ସୂଚନାଯୋଗ୍ୟ, ସିରିଜର ପ୍ରଥମ ମ୍ୟାଚ ଜୁନ ୯ରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ ଏବଂ ଶେଷ ମ୍ୟାଚ ଜୁନ ୧୯ରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

IPL 2026 Points Table: RCB ଠାରୁ 1 ନମ୍ବର ସ୍ଥାନ ଛଡ଼ାଇ ନେଲା RR; CSKର ପରାଜୟ ପରେ ଦେଖନ୍ତୁ ପଏଣ୍ଟ ଟେବୁଲ ସ୍ଥିତି

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ 2026 ର ଉତ୍ସାହ ଆରମ୍ଭ ହୋଇସାରିଛି, ଏବଂ ଲିଗରେ ତିନୋଟି ମ୍ୟାଚ ଖେଳାଯାଇସାରିଛି। ଏହି ତିନୋଟି ମୁକାବିଲାରେ, ବିରାଟ କୋହଲି ଏବଂ…

ଶ୍ବଶୁର ଘରୁ ମିଳିଥିବା ସମ୍ପତ୍ତି ଉପରେ ନାହିଁ ଜ୍ବାଇଁଙ୍କ ଅଧିକାର, ପ୍ରକୃତ ଉତ୍ତରାଧିକାରୀ କିଏ ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୩୧ା୩: ଶାଶୁଘର ସମ୍ପତ୍ତି ଉପରେ ଜ୍ବାଇଁର କୌଣସି ଅଧିକାର ନାହିଁ । ଏନେଇ ସ୍ପଷ୍ଟ କରିଛନ୍ତି ଆନ୍ଧ୍ର ପ୍ରଦେଶ ହାଇକୋର୍ଟ । ଯଦି ଜଣେ ହିନ୍ଦୁ ମହିଳା…

ଗାନ୍ଧିଛକରେ ଉଡୁଛି ଛିଣ୍ଡା ତ୍ରିରଙ୍ଗା: ନୂଆ ଲଗାଇବାକୁ ଦାବି, ଦେଖନ୍ତୁ Video

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସ୍ଥାନୀୟ ଗାନ୍ଧିଛକରେ ସୁଉଚ୍ଛରେ ଜାତୀୟ ପତାକା ତ୍ରିରଙ୍ଗା ଉଡାଯାଇଛି। ତେବେ ଝଡବତାସରେ ଜିଲାର ଉଚ୍ଚତମ ଏହି ତ୍ରିରଙ୍ଗାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri