Posted inଜାତୀୟ

ରାହୁଲଙ୍କୁ ଭେଟିଲେ ଗିରଫ ସିଦ୍ଦିକ କାପ୍ପାନଙ୍କ ସ୍ତ୍ରୀ

ଥିରୁଭାନନ୍ତପୁରମ୍‌, ୨୨ା୧୦: ହାଥ୍‌ରସରେ ପୀଡ଼ିତା ପରିବାରକୁ ଭେଟିବା ଲାଗି ଯିବା ବାଟରେ ଉତ୍ତରପ୍ରଦେଶ ପୋଲିସ କେରଳର ଖବରଦାତା ସିଦ୍ଦିକ କାପ୍ପାନଙ୍କ ସହ ଅନ୍ୟ ୩ ଜଣଙ୍କୁ ଗିରଫ କରିଥିଲା। ଇସ୍‌ଲାମିକ୍‌ ଆତଙ୍କବାଦୀ ସଙ୍ଗଠନ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ ଓ ଏହାର ମଥୁରା ଶାଖା ସହ ସମ୍ପର୍କ ରଖିବା ଅଭିଯୋଗରେ ସେମାନଙ୍କୁ ଗିରଫ କରାଯାଇଥିଲା। ଏହାକୁ ନେଇ ବୁଧବାର ସିଦ୍ଦିକଙ୍କ ସ୍ତ୍ରୀ ରାଇହାନାଥ ଓ୍ବାୟନାଡ୍‌ ଏମ୍‌ପି ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟି ଏକ ସ୍ମାରକପତ୍ର ଦେଇଛନ୍ତି। ସିଦ୍ଦିକଙ୍କୁ ବିଭିନ୍ନ ଅଭିଯୋଗରେ ଛନ୍ଦିଦେବାର ଆଶଙ୍କା କରି ସେ ରାହୁଲଙ୍କୁ ନ୍ୟାୟ ଲାଗି ନିବେଦନ କରିଛନ୍ତି। ରାହୁଲ ଗତ ୩ ଦିନ ହେବ କେରଳ ଗସ୍ତରେ ଥିବାବେଳେ କାଲ୍‌ପେଟ୍ଟା ଗେଷ୍ଟହାଉସ୍‌ଠାରେ ରାଇହାନାଥ ତାଙ୍କୁ ଭେଟିଥିଲେ। ସିଦ୍ଦିକ କୌଣସି ଭୁଲ୍‌ କାମ କରିନାହାନ୍ତି ଓ ତାଙ୍କ ସହ ସମ୍ପର୍କ ରକ୍ଷା ହୋଇପାରୁନି ବୋଲି ରାଇହାନାଥ ମିଡିଆକୁ କହିଛନ୍ତି। ପ୍ରକାଶଥାଉ କି, ଅକ୍ଟୋବର ୭ରେ ଦେଶଦ୍ରୋହ ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇ ୧୪ ଦିନ ଲାଗି ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା। ମଥୁରା କୋର୍ଟ ସେମାନଙ୍କ ହାଜତ ମିଆଦକୁ ପୁଣି ବୃଦ୍ଧି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭: ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri