Posted inଜାତୀୟ

ଭିଜୁଥିଲେ ରାହୁଲ, ଦେଖୁଥିଲେ ଖାର୍ଗେ!

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ, କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦଳୀୟ କାର୍ଯ୍ୟାଳୟରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି ସମୟରେ ରାହୁଲ ଗାନ୍ଧୀ ବର୍ଷାରେ ଭିଜି ଯାଉଥିବାର ଦେଖାଯାଇଥିଲା। ପ୍ରବଳ ବର୍ଷା ମଧ୍ୟରେ ସେ ଛତା ବିନା ଠିଆ ହୋଇଥିବାର ଦେଖାଯାଇଥିଲା। ରାହୁଲ ମଧ୍ୟ ଏହି ବିଶେଷ ଅବସରରେ ଦେଶବାସୀକୁ ଶୁଭେଚ୍ଛା ଜଣାଇଥିଲେ।
ଖାର୍ଗେ କହିଥିଲେ, ଆମେ ଗଣତନ୍ତ୍ର ଏବଂ ସମ୍ବିଧାନ ପ୍ରତି ପ୍ରତିବଦ୍ଧ ଏବଂ ଏହାକୁ ସୁରକ୍ଷା ଦେଇ ଚାଲିବୁ।
ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ‘X’ ରେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇ ପୋଷ୍ଟ କରିଥିଲେ। ପୋଷ୍ଟରେ ଲେଖାଯାଇଥିଲା, ‘ସ୍ବାଧୀନତା ଦିବସରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ବଳିଦାନ ଦ୍ୱାରା ପ୍ରାପ୍ତ ଏହି ସ୍ବାଧୀନତା ଏପରି ଏକ ଭାରତ ନିର୍ମାଣ କରିବାର ସଂକଳ୍ପ – ଯେଉଁଠାରେ ନ୍ୟାୟ ସତ୍ୟ ଏବଂ ସମାନତାର ମୂଳଦୁଆ ଉପରେ ଆଧାରିତ, ଏବଂ ପ୍ରତ୍ୟେକ ହୃଦୟରେ ସମ୍ମାନ ଏବଂ ଭ୍ରାତୃତ୍ୱ ରହିଛି। ଏହି ମୂଲ୍ୟବାନ ଐତିହ୍ୟର ଗର୍ବ ଏବଂ ସମ୍ମାନକୁ ରକ୍ଷା କରିବା ଆମର କର୍ତ୍ତବ୍ୟ। ଜୟ ହିନ୍ଦ, ଜୟ ଭାରତ।’
ଏହି ଅବସରରେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଦେଶବାସୀକୁ ଶୁଭେଚ୍ଛା ଜଣାଇଛନ୍ତି। ସେ X ମାଧ୍ୟମରେ କହିଥିଲେ, ‘ସ୍ବାଧୀନତା ଦିବସରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଆମର ଲକ୍ଷ ଲକ୍ଷ ବୀର ବଳିଦାନ ଦେଇ ଆମକୁ ସ୍ବାଧୀନତା ଦେଇଛନ୍ତି। ଗଣତନ୍ତ୍ର, ନ୍ୟାୟ, ସମାନତା ଏବଂ ପାରସ୍ପରିକ ଏକତାର ଜାତୀୟ ସଂକଳ୍ପ ସୂତ୍ର ଆମକୁ ହସ୍ତାନ୍ତର କରିଛନ୍ତି। ଗୋଟିଏ ବ୍ୟକ୍ତି – ଗୋଟିଏ ଭୋଟ ନୀତି ମାଧ୍ୟମରେ ଆମକୁ ଏକ ସମୃଦ୍ଧ ଗଣତନ୍ତ୍ର ଦେଇଛନ୍ତି। ଆମର ସ୍ବାଧୀନତା, ସମ୍ବିଧାନ ଏବଂ ଏହାର ନୀତିଗୁଡ଼ିକୁ ରକ୍ଷା କରିବା ପାଇଁ ଆମର ସଂକଳ୍ପ ଦୃଢ଼। ଜୟ ହିନ୍ଦ! ଜୟ ଭାରତ!’


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri