ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ

ଭୁବନେଶ୍ୱର,୬ା୨(ସୁନିତ୍‌ ମିଶ୍ର):ମୋଦି ସରକାରଙ୍କ ଏକଚ୍ଛତ୍ରବାଦ ଶାସନ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଅପରାହ୍ନ ୨ଟା ୩୦ରେ ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ପହଞ୍ଚିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ରାଉରକେଲାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇ ଶରତ କହିଛନ୍ତି, ରାହୁଲ ଓଡ଼ିଶା-ଝାଡ଼ଖଣ୍ଡ ସୀମା ବାସଜୋଲଠାରୁ ୪୨ କି.ମି. ଦୂର ଅତିକ୍ରମ କରି ଓଡ଼ିଶାର ବୀରମିତ୍ରପୁରଠାରେ ମଙ୍ଗଳବାର ପହଞ୍ଚିବେ। ସେଠାରେ ପିସିସି ଓ ଜିଲା କଂଗ୍ରେସ କମିଟି କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯିବ। ସେଠାରୁ ୧୧ କି.ମି. ଯାତ୍ରା କରି ରାହୁଲ ରାମପାଲର ବିଜାବାହାଲଠାରେ ରାତ୍ରଯାପନ କରିବେ। ସେଠାରେ ରାତ୍ର ରହଣି ନିମନ୍ତେ ଆବଶ୍ୟକ ବ୍ୟବସ୍ଥା ହୋଇଛି। ବୁଧବାର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ୮ଟା ୪୫ରେ ଆରମ୍ଭ ହେବ। ସକାଳ ୯ଟା ୩୦ରେ ରାଉରକେଲାର ଉଦିତ୍‌ନଗର (ଏସ୍‌ପି ଅଫିସ) ଠାରୁ ଯାତ୍ରା ଆରମ୍ଭ ହୋଇ ସାଢ଼େ ୩ କି.ମି. ଦୂର ପାନପୋଷ ଛକଠାରେ ସକାଳ ୧୦ଟାରେ ରାହୁଲ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ୨୫ କି.ମି. ଦୂର ରାଣୀବନ୍ଧ ନିକଟ ବିର୍ସା ମୁଣ୍ଡା ପଡ଼ିଆଠାରେ ପହଞ୍ଚତ୍ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୨ଟାରେ ରାଣୀବନ୍ଧଠାରୁ ପୁଣି ଯାତ୍ରା ଆରମ୍ଭ ହେବ। ସେଠାରୁ ୧୪ କି.ମି. ଦୂର କୁତ୍ରାଠାରେ ରାହୁଲ ଉଦ୍‌ବୋଧନ ଦେବେ। ସେଠାରୁ ୩୨ କି.ମି. ଦୂର ବାରଗଁାଠାରେ ମଧ୍ୟ ସେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ୬୦ କି.ମି. ଦୂର ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ୪ଟା ୩୦ରେ ପଦଯାତ୍ରା ପହଞ୍ଚିବ। ଷ୍ଟାଡିୟମ ଛକ ଓ ସୁନ୍ଦରଗଡ଼ ଏସ୍‌ବିଆଇ ଛକ ହୋଇ ପଦଯାତ୍ରା ଚାଲିବ। ସେଠାରୁ ୨୬ କି.ମି.ଦୂର ଝାରସୁଗୁଡ଼ା ଆମଲିପାଲିଠାରେ ରାହୁଲ ରାତ୍ର ରହଣି କରିବେ। ଗୁରୁବାର ସକାଳ ୮ଟାରୁ ଝାରସୁଗୁଡ଼ାର ମହାତ୍ମା ଗାନ୍ଧୀ ଛକ ପୁରୁଣା ବସ୍‌ଷ୍ଟାଣ୍ଡଠାରୁ ଯାତ୍ରା ଆରମ୍ଭ ହେବ। ଝାରସୁଗୁଡ଼ା ଟାଉନ ବେହେରାମାଳ କିଷାନ ଛକ ହୋଇ ମଧ୍ୟାହ୍ନ ୧୨ଟାରେ ୪୫ କି.ମି. ଦୂର ଗୋବିନ୍ଦପୁର ନିକଟ ମଧୁବନ ଢାବା ନିକଟରେ ଯାତ୍ରା ପହଞ୍ଚିବ। ସେଠାରୁ ୭ କି.ମି. ଦୂର କୁରେଇମାଳଠାରେ ରାହୁଲ ମଧ୍ୟାହ୍ନଭୋଜନ କରିବେ। ପୁଣି ଅପରାହ୍ନ ୨ଟାରେ ପଦଯାତ୍ରା ଆରମ୍ଭ ହୋଇ ୧୮କି.ମି. ଦୂର ଝାରସୁଗୁଡ଼ାର କନକତୋରାଠାରେ ପହଞ୍ଚିବ। ଅପରାହ୍ନ ୩ଟା ୪୫ରେ ଓଡ଼ିଶା-ଛତିଶଗଡ଼ ସୀମା ରେଙ୍ଗାଲପାଲି, ରାଇଘରଠାରେ ଯାତ୍ରା ପହଞ୍ଚିବା ପରେ ଛତିଶଗଡ଼ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ପତାକା ହସ୍ତାନ୍ତର କରାଯିବ ବୋଲି ଶରତ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri