ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ

ଭୁବନେଶ୍ୱର,୬ା୨(ସୁନିତ୍‌ ମିଶ୍ର):ମୋଦି ସରକାରଙ୍କ ଏକଚ୍ଛତ୍ରବାଦ ଶାସନ ବିରୋଧରେ ଲଢ଼େଇ କରି ଗରିବ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ଗତ ୧୪ ତାରିଖରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଣିପୁରରୁ ୨ୟ ପର୍ଯ୍ୟାୟ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଯାତ୍ରା ଝାଡ଼ଖଣ୍ଡ ଅତିକ୍ରମ କରି ମଙ୍ଗଳବାର ଅପରାହ୍ନ ୨ଟା ୩୦ରେ ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ପହଞ୍ଚିବ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ରାଉରକେଲାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇ ଶରତ କହିଛନ୍ତି, ରାହୁଲ ଓଡ଼ିଶା-ଝାଡ଼ଖଣ୍ଡ ସୀମା ବାସଜୋଲଠାରୁ ୪୨ କି.ମି. ଦୂର ଅତିକ୍ରମ କରି ଓଡ଼ିଶାର ବୀରମିତ୍ରପୁରଠାରେ ମଙ୍ଗଳବାର ପହଞ୍ଚିବେ। ସେଠାରେ ପିସିସି ଓ ଜିଲା କଂଗ୍ରେସ କମିଟି କାର୍ଯ୍ୟକର୍ତ୍ତାଙ୍କ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯିବ। ସେଠାରୁ ୧୧ କି.ମି. ଯାତ୍ରା କରି ରାହୁଲ ରାମପାଲର ବିଜାବାହାଲଠାରେ ରାତ୍ରଯାପନ କରିବେ। ସେଠାରେ ରାତ୍ର ରହଣି ନିମନ୍ତେ ଆବଶ୍ୟକ ବ୍ୟବସ୍ଥା ହୋଇଛି। ବୁଧବାର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ୮ଟା ୪୫ରେ ଆରମ୍ଭ ହେବ। ସକାଳ ୯ଟା ୩୦ରେ ରାଉରକେଲାର ଉଦିତ୍‌ନଗର (ଏସ୍‌ପି ଅଫିସ) ଠାରୁ ଯାତ୍ରା ଆରମ୍ଭ ହୋଇ ସାଢ଼େ ୩ କି.ମି. ଦୂର ପାନପୋଷ ଛକଠାରେ ସକାଳ ୧୦ଟାରେ ରାହୁଲ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ୨୫ କି.ମି. ଦୂର ରାଣୀବନ୍ଧ ନିକଟ ବିର୍ସା ମୁଣ୍ଡା ପଡ଼ିଆଠାରେ ପହଞ୍ଚତ୍ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୨ଟାରେ ରାଣୀବନ୍ଧଠାରୁ ପୁଣି ଯାତ୍ରା ଆରମ୍ଭ ହେବ। ସେଠାରୁ ୧୪ କି.ମି. ଦୂର କୁତ୍ରାଠାରେ ରାହୁଲ ଉଦ୍‌ବୋଧନ ଦେବେ। ସେଠାରୁ ୩୨ କି.ମି. ଦୂର ବାରଗଁାଠାରେ ମଧ୍ୟ ସେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ୬୦ କି.ମି. ଦୂର ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ୪ଟା ୩୦ରେ ପଦଯାତ୍ରା ପହଞ୍ଚିବ। ଷ୍ଟାଡିୟମ ଛକ ଓ ସୁନ୍ଦରଗଡ଼ ଏସ୍‌ବିଆଇ ଛକ ହୋଇ ପଦଯାତ୍ରା ଚାଲିବ। ସେଠାରୁ ୨୬ କି.ମି.ଦୂର ଝାରସୁଗୁଡ଼ା ଆମଲିପାଲିଠାରେ ରାହୁଲ ରାତ୍ର ରହଣି କରିବେ। ଗୁରୁବାର ସକାଳ ୮ଟାରୁ ଝାରସୁଗୁଡ଼ାର ମହାତ୍ମା ଗାନ୍ଧୀ ଛକ ପୁରୁଣା ବସ୍‌ଷ୍ଟାଣ୍ଡଠାରୁ ଯାତ୍ରା ଆରମ୍ଭ ହେବ। ଝାରସୁଗୁଡ଼ା ଟାଉନ ବେହେରାମାଳ କିଷାନ ଛକ ହୋଇ ମଧ୍ୟାହ୍ନ ୧୨ଟାରେ ୪୫ କି.ମି. ଦୂର ଗୋବିନ୍ଦପୁର ନିକଟ ମଧୁବନ ଢାବା ନିକଟରେ ଯାତ୍ରା ପହଞ୍ଚିବ। ସେଠାରୁ ୭ କି.ମି. ଦୂର କୁରେଇମାଳଠାରେ ରାହୁଲ ମଧ୍ୟାହ୍ନଭୋଜନ କରିବେ। ପୁଣି ଅପରାହ୍ନ ୨ଟାରେ ପଦଯାତ୍ରା ଆରମ୍ଭ ହୋଇ ୧୮କି.ମି. ଦୂର ଝାରସୁଗୁଡ଼ାର କନକତୋରାଠାରେ ପହଞ୍ଚିବ। ଅପରାହ୍ନ ୩ଟା ୪୫ରେ ଓଡ଼ିଶା-ଛତିଶଗଡ଼ ସୀମା ରେଙ୍ଗାଲପାଲି, ରାଇଘରଠାରେ ଯାତ୍ରା ପହଞ୍ଚିବା ପରେ ଛତିଶଗଡ଼ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ପତାକା ହସ୍ତାନ୍ତର କରାଯିବ ବୋଲି ଶରତ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଦଳର ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri