Posted inଖେଳ

ରାହୁଲ ନେବେ ନେତୃତ୍ୱ: ୮ ମାସ ପରେ ଦଳକୁ ଫେରିଲେ ଜାଡେଜା

ନୂଆଦିଲ୍ଲୀ,୨୪ା୧୧: ଆସନ୍ତା ୩୦ ତାରିଖରୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଲାଗି ସିନିୟର ବ୍ୟାଟର ଲୋକେଶ ରାହୁଲଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷଣା କରାଯାଇଛି। ୮ ମାସର ବ୍ୟବଧାନ ପରେ ରବୀନ୍ଦ୍ର ଜାଡେଜା ଦିନିକିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଯଶପ୍ରୀତ ବୁମରା ଓ ମହମ୍ମଦ ସିରାଜଙ୍କୁ ବିଶ୍ରାମ ଦିଆଯାଇଛି।

ରାହୁଲଙ୍କୁ କେବଳ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌କୁ ଦୃଷ୍ଟିରେ ରଖି ନେତୃତ୍ୱ ଦିଆଯାଇଛି। ଗତ ୧ ବର୍ଷ ମଧ୍ୟରେ ମାତ୍ର ଗୋଟିଏ ଦିନିକିଆ ମ୍ୟାଚ୍‌ ଖେଳିଥିବାରୁ ରିଷଭ ପନ୍ତଙ୍କୁ ଏହି ଗୁରୁଦାୟିତ୍ୱ ଲାଗି ଗୁରୁତ୍ୱ ଦିଆଯାଇ ନାହିଁ। ଗିଲ୍‌ ସୁସ୍ଥ ହୋଇ ଆସନ୍ତା ବର୍ଷ ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍‌ ଲାଗି ଦିନିକିଆ ଦଳକୁ ଫେରିବେ ଆଶା କରାଯାଉଛି ବୋଲି ବିସିସିଆଇ ପକ୍ଷରୁ କୁହାଯାଇଛି। ଆସନ୍ତା ୩୦ ତାରିଖରେ ରାଞ୍ଚିଠାରେ ଆରମ୍ଭ ହେବାକୁ ସିରିଜ୍‌ର ଅନ୍ତିମ ଦୁଇ ମ୍ୟାଚ୍‌ ରାଇପୁର (ଡିସେମ୍ବର ୩) ଓ ବିଶାଖାପାଟଣା (ଡିସେମ୍ବର ୬)ରେ ଖେଳାଯିବ।

ଅଲରାଉଣ୍ଡର ଜାଡେଜା ଦଳକୁ ଫେରିଛନ୍ତି। ସେ ଅନ୍ତିମ ଥର ଦୁବାଇଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଖେଳିଥିବା ଅକ୍ଷର ପଟେଲ, ସିରାଜଙ୍କୁ ବିଶ୍ରାମ ଦିଆଯାଇଛି। ଅନ୍ତିମ ଥର ୨୦୨୩ ଦିନିକିଆ ବିଶ୍ୱକପ୍‌ ଫାଇନାଲ ଖେଳିଥିବା ବୁମରାଙ୍କୁ ତାଙ୍କ ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ କାରଣରୁ ଦିନିକିଆ ସିରିଜ୍‌ରେ ଖେଳାଯିବ ନାହିଁ। ଦୁଇ ପୂର୍ବତନ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲି ଦଳରେ ସ୍ଥାନ ବଜାୟ ରଖିଛନ୍ତି। ଗିଲ୍‌ଙ୍କ ଅନୁପସ୍ଥିତିରେ ଯଶସ୍ବୀ ଜୟସ୍ବାଲ ଓପନିଂ କରିବେ। ଗତ ଦକ୍ଷିଣ ଆଫ୍ରିକା ଏ’ ବିପକ୍ଷ ଅନ୍‌ଅଫିସିଆଲ ଦିନିକିଆ ସିରିଜ୍‌ରେ ଭଲ ପ୍ରଦର୍ଶନ କରିଥିବା ଋତୁରାଜ ଗାଏକ୍ୱାଡଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ଗାଏକ୍ୱାଡ ଏପର୍ଯ୍ୟନ୍ତ ୬ ଦିନିକିଆ ଖେଳିଛନ୍ତି। ହର୍ଷିତ ରାଣା, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା ଓ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀ ପେସ ବିଭାଗ ସମ୍ଭାଳିବେ।

ଭାରତୀୟ ଦିନିକିଆ ଦଳ: ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ତିଲକ ବର୍ମା, ଲୋକେଶ ରାହୁଲ (ଅଧିନାୟକ ଓ ଉଇକେଟକିପର), ରିଷଭ ପନ୍ତ (ଉଇକେଟକିପର), ଓ୍ବାଶିଂଟନ ସୁନ୍ଦର, ରବୀନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ନୀତୀଶ କୁମାର ରେଡ୍ଡୀ, ହର୍ଷିତ ରାଣା, ଋତୁରାଜ ଗାଏକ୍ୱାଡ, ପ୍ରସିଦ୍ଧ କ୍ରିଷ୍ଣା, ଧ୍ରୁବ ଜୁରେଲ ଓ ଅର୍ଶଦୀପ ସିଂ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri