ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହେବା ପରେ ଏକ ପ୍ରକାର ବିଜେଡି ଉପରେ ଭାରି ପଡ଼ିଛନ୍ତି ଏମ୍‌ପି ସପ୍ତଗିରି ଉଲାକା। ବର୍ତ୍ତମାନ କୋରାପୁଟ ଲୋକ ସଭା ଆସନ ଓ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ରକ୍ଷା କରିବାରେ ଲାଗି ପଡିଛନ୍ତି ଉଭୟ କଂଗ୍ରେସ ଓ ବିଜେଡି। ଉଭୟ ଦଳର ଷ୍ଟାର ପ୍ରଚାରକ ରାୟଗଡ଼ା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ରାୟଗଡ଼ାରେ ଜନସମାବେଶରେ ଯୋଗଦେଇ ପ୍ରଚାର କରିବେ କଂଗ୍ରେସର ଷ୍ଟାର ପ୍ରଚାରକ ରାହୁଲ ଗାନ୍ଧୀ। ଏଥିପାଇଁ ଜିଲାରେ ଚଳଚଞ୍ଚଳ କଂଗ୍ରେସ ପରିବାର। ତେବେ ଶନିବାର ବିଜେଡି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାୟଗଡ଼ା ଜିଲାର ୩ଟି ଆସନ ସମେତ ପଡ଼ୋଶୀ କୋରାପୁଟ ଜିଲାର ଲକ୍ଷ୍ମୀପୁର ଓ କଳାହାଣ୍ଡି ଜିଲାର ନର୍ଲା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ।
କୋରାପୁଟ ସଂସଦୀୟ କ୍ଷେତ୍ରର ୫ଟି ଆସନ ଅନୁସୂଚିତ ଜନଜାତି, ଗୋଟିଏ ଆସନ ଅନୁସୂଚିତ ଜାତି ଓ ଗୋଟିଏ ଆସନ ଅଣସଂରକ୍ଷିତ ରହିଛି। ଅର୍ଥାତ୍‌ ଏହି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ସମସ୍ତ ଆସନରେ ଆଦିବାସୀ ଭୋଟର ସଂଖ୍ୟା ଅଧିକ ରହିଛି। ଆଦିବାସୀ ଭୋଟ ହାତେଇବା ପାଇଁ ଷ୍ଟାର କ୍ୟାମ୍ପେନରମାନେ ଆସୁଥିବା ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ଗତ ନିର୍ବାଚନରେ ରାଜ୍ୟରେ କେବଳ କୋରାପୁଟ ସଂସଦୀୟ କ୍ଷେତ୍ର କଂଗ୍ରେସ ହାତେଇଥିବାବେଳେ ୫ ବିଧାନସଭା ଆସନ ବିଜେଡି ଖାତାକୁ ଯାଇଥିଲା। ହେଲେ ଏବେ ସ୍ଥିତିରେ ପରିବର୍ତ୍ତନ ଆଣିବା ପାଇଁ ଭରପୂର ଉଦ୍ୟମ ଚାଲିଛି। ଏଥିସହ ରାୟଗଡ଼ା, କୋରାପୁଟ ଓ କଳାହାଣ୍ଡି ଜିଲାର ଝୋଡ଼ିଆ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଥିବା ସୂଚନା ମିଳିଛି। କାରଣ ଝୋଡ଼ିଆଙ୍କ ଭୋଟ ବିଭିନ୍ନ ସମୟରେ ନିର୍ଣ୍ଣାୟକ ହୋଇଥାଏ। ଗୋଟିଏ ପଟେ ଆଦିବାସୀ ଓ ଅନ୍ୟପଟେ ଝୋଡ଼ିଆଙ୍କ ଭୋଟ ହାତେଇବାକୁ ଉଭୟ ଦଳ ଉଦ୍ୟମ ଚଳାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri