Posted inଖେଳ

ଦକ୍ଷିଣ ଆଫ୍ରିକା ଗଡ଼ରେ ରାହୁଲଙ୍କ ରାଜୁତି

ସେଞ୍ଚୁରିଆନ,୨୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ସେଞ୍ଚୁରିଆନ ଟେଷ୍ଟର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ଓପନର ଲୋକେଶ ରାହୁଲଙ୍କ ନାମରେ ରହିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଭ୍ରମଣକାରୀ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୩ ଉଇକେଟ ହରାଇ ୨୭୨ ରନ୍‌ କରିଛି। ଉପଅଧିନାୟକ ଲୋକେଶ ରାହୁଲ ୧୨୨ ଓ ଅଜିଙ୍କ୍ୟ ରାହାନେ ୪୦ ରନ୍‌ କରି ଅପରାଜିତ ରହିଛନ୍ତି। କେବଳ ଲୁଙ୍ଗି ଏନ୍‌ଗିଡିଙ୍କୁ ଛାଡ଼ି ଦେଲେ ଘରୋଇ ଦଳକୁ କୌଣସି ବୋଲର ସଫଳତା ଦେଇ ପାରି ନ ଥିଲେ।

ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଟିମ୍‌ ଇଣ୍ଡିଆକୁ ୧୧୭ ରନ୍‌ର ଶତକୀୟ ଆରମ୍ଭ ଦେଇଥିଲେ ଦୁଇ ଓପନର ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲ। ଅର୍ଦ୍ଧଶତକ ପୂରଣ କରିଥିବା ମୟଙ୍କ (୬୦ ରନ୍‌, ୯ ଚୌକା) ୪୧ତମ ଓଭରରେ ଲୁଙ୍ଗି ଏନ୍‌ଗିଡିଙ୍କ ଦ୍ୱାରା ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। ପରବର୍ତ୍ତୀ ବଲରେ ପଡ଼ିଥିଲା ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରାଙ୍କ ଉଇକେଟ। ସେ ପ୍ରଥମ ବଲରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ।

ଲଗାତାର ଦୁଇ ଉଇକେଟ ପଡ଼ିବା ପରେ ରାହୁଲଙ୍କ ସହ କ୍ରିଜରେ ଯୋଗ ଦେଇଥିଲେ ଅଧିନାୟକ ବିରାଟ କୋହଲି। ଦୁହେଁ ୩ୟ ଉଇକେଟ ପାଇଁ ୮୨ ରନ୍‌ ଯୋଡ଼ିଥିଲେ। କ୍ରିଜରେ ଜମି ସାରିଥିବା କୋହଲି ୩୫ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଆଉଟ୍‌ ହୋଇଥିଲେ। ଏହାପରେ ରାହାନେଙ୍କ ସହ ମିଶି ରାହୁଲ ପ୍ରତିପକ୍ଷ ବୋଲରଙ୍କୁ ଆଉ ଉଇକେଟ ନେବାକୁ ଦେଇ ନ ଥିଲେ ସୁଯୋଗ। ଦୁଇ ବ୍ୟାଟର ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୨୭୨ ରନ୍‌ରେ ପହଞ୍ଚାଇଥିଲେ। ଘରୋଇ ଦଳ ପାଇଁ ଏନ୍‌ଗିଡି ସମସ୍ତ ୩ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri