Posted inଖେଳ

ଅଭ୍ୟାସ ମ୍ୟାଚ୍‌: ରାହୁଲଙ୍କ ଶତକ

ଚେଷ୍ଟର-ଲି- ଷ୍ଟ୍ରିଟ୍‌, ୨୧।୭: ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଭାରତ ଓ କାଉଣ୍ଟି ସିଲେକ୍ଟ ଏକାଦଶ ମଧ୍ୟରେ ମଙ୍ଗଳବାରଠାରୁ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେଇଛନ୍ତି। ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ୧୦୧ ରନର ଶତକୀୟ ଇନିଂସ ଖେଳିଛନ୍ତି। ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୯୦ ଓଭରରେ ୯ ଉଇକେଟ ହରାଇ ୩୦୬ ରନ ସଂଗ୍ରହ କରିଛି।
ଇନିଂସ ଆରମ୍ଭରୁ ଭାରତ ଝଟକା ଖାଇଥିଲା। ଓପନର ରୋହିତ ଶର୍ମା ୯ ଓ ମୟଙ୍କ ଅଗ୍ରଓ୍ବାଲ ୨୮ ରନକରି ଲିଣ୍ଡନ ଜେମ୍ସଙ୍କ ଦ୍ୱାରା ଆଉଟ ହୋଇଥିଲେ। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ୨୧, ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀ ୨୪ ରନକରି ପ୍ୟାଭିଲିୟନ ଫେରିଥିଲେ। ତେବେ ରାହୁଲ ୧୫୦ଟି ବଲ୍‌ ଖେଳି ୧୧ ଚୌକା ଓ ୧ ଛକା ସହ ୧୦୧ ରନକରି ଶତକ ହାସଲ କରିବା ପରେ ରିଟାୟାର୍ଡ ହଟ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ୭୫ ରନର ଲଢୁଆ ଇନିଂସ ଖେଳ ଆଉଟ ହୋଇଥିଲେ। ସେହିପରି ଶାର୍ଦ୍ଦୁଳ ଠାକୁର ୨୦, ଉମେଶ ଯାଦବ ୧୨ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ କାଉଣ୍ଟି ଦଳ ତରଫରୁ କ୍ରଗ୍‌ ମାଇଲ୍ସ ୩, ଜେମ୍ସ ଓ ଲିଆମ- ପାଟେରଶନ- ହ୍ବାଇଟ୍‌ ୨ଟି ଲେଖାଏ ଓ ଜ୍ୟାକ କାର୍ସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ପ୍ରଥମ ଇନିଂସ- ୯୦ ଓଭରରେ ୩୦୬/୯
(ରାହୁଲ- ୧୦୧, ମୟଙ୍କ- ୨୮, ପୂଜାରା- ୨୧, ହନୁମା- ୨୪, ଜାଡେଜା- ୭୫, ଠାକୁର- ୨୦, କ୍ରେଗ ମାଇଲ୍ସ- ୩/୪୨, ଜେମ୍ସ- ୨/୩୨, ଲିୟମ-ପାଟରସନ- ହ୍ବାଇଟ- ୨/୭୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri