Posted inଖେଳ

ଅଭ୍ୟାସ ମ୍ୟାଚ୍‌: ରାହୁଲଙ୍କ ଶତକ

ଚେଷ୍ଟର-ଲି- ଷ୍ଟ୍ରିଟ୍‌, ୨୧।୭: ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଭାରତ ଓ କାଉଣ୍ଟି ସିଲେକ୍ଟ ଏକାଦଶ ମଧ୍ୟରେ ମଙ୍ଗଳବାରଠାରୁ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରୋହିତ ଶର୍ମା ଭାରତୀୟ ଦଳର ନେତୃତ୍ୱ ନେଇଛନ୍ତି। ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ୧୦୧ ରନର ଶତକୀୟ ଇନିଂସ ଖେଳିଛନ୍ତି। ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ୯୦ ଓଭରରେ ୯ ଉଇକେଟ ହରାଇ ୩୦୬ ରନ ସଂଗ୍ରହ କରିଛି।
ଇନିଂସ ଆରମ୍ଭରୁ ଭାରତ ଝଟକା ଖାଇଥିଲା। ଓପନର ରୋହିତ ଶର୍ମା ୯ ଓ ମୟଙ୍କ ଅଗ୍ରଓ୍ବାଲ ୨୮ ରନକରି ଲିଣ୍ଡନ ଜେମ୍ସଙ୍କ ଦ୍ୱାରା ଆଉଟ ହୋଇଥିଲେ। ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ୨୧, ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ହନୁମା ବିହାରୀ ୨୪ ରନକରି ପ୍ୟାଭିଲିୟନ ଫେରିଥିଲେ। ତେବେ ରାହୁଲ ୧୫୦ଟି ବଲ୍‌ ଖେଳି ୧୧ ଚୌକା ଓ ୧ ଛକା ସହ ୧୦୧ ରନକରି ଶତକ ହାସଲ କରିବା ପରେ ରିଟାୟାର୍ଡ ହଟ୍‌ ହୋଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ୭୫ ରନର ଲଢୁଆ ଇନିଂସ ଖେଳ ଆଉଟ ହୋଇଥିଲେ। ସେହିପରି ଶାର୍ଦ୍ଦୁଳ ଠାକୁର ୨୦, ଉମେଶ ଯାଦବ ୧୨ ରନକରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ କାଉଣ୍ଟି ଦଳ ତରଫରୁ କ୍ରଗ୍‌ ମାଇଲ୍ସ ୩, ଜେମ୍ସ ଓ ଲିଆମ- ପାଟେରଶନ- ହ୍ବାଇଟ୍‌ ୨ଟି ଲେଖାଏ ଓ ଜ୍ୟାକ କାର୍ସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତ ପ୍ରଥମ ଇନିଂସ- ୯୦ ଓଭରରେ ୩୦୬/୯
(ରାହୁଲ- ୧୦୧, ମୟଙ୍କ- ୨୮, ପୂଜାରା- ୨୧, ହନୁମା- ୨୪, ଜାଡେଜା- ୭୫, ଠାକୁର- ୨୦, କ୍ରେଗ ମାଇଲ୍ସ- ୩/୪୨, ଜେମ୍ସ- ୨/୩୨, ଲିୟମ-ପାଟରସନ- ହ୍ବାଇଟ- ୨/୭୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri