Posted inଜାତୀୟ

ରାହୁଲଙ୍କ ନାଇଟ ଆଉଟ, ଜଙ୍ଗଲରେ କଲେ ଡିନର

ଉମରିୟା,୯।୪: ହେଲିକପ୍ଟର ଇନ୍ଧନ ସରିଯିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶାହଡୋଲରେ ରାତି କଟାଇବାକୁ ପଡିଥିଲା। ରାତିରେ ସେ ଜଙ୍ଗଲର ଏକ ଢାବାକୁ ଯାଇ ରାତ୍ରୀ ଭୋଜନ କରିଥିଲେ। ତା’ପରେ ସକାଳ ପାଞ୍ଚଟା ବେଳେ ଉମରିଆ ଏୟାରଷ୍ଟ୍ରିପରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲେ। ସେ ରାସ୍ତାରେ ଶାହଦୋଲରୁ ଉମରିୟା ଯାଇଥିଲେ। ରାସ୍ତାରେ ମାହୁଆ ଉଠାଉଥିବା ମହିଳାଙ୍କ ସହ ସେ କଥାବାର୍ତ୍ତା କରିଥିଲେ। ଏହି ସମୟରେ ସେ କଂଗ୍ରେସକୁ ଭୋଟ ଦେବାକୁ ମହିଳାମାନଙ୍କୁ ମଧ୍ୟ ନିବେଦନ କରିଥିଲେ।
ରାହୁଲ ଶାହଦୋଲର ସୂର୍ଯ୍ୟା ଇଣ୍ଟରନ୍ୟାସନାଲ ହୋଟେଲରେ ରହୁଥିଲେ। ରାତିରେ ସେ ହୋଟେଲ ଛାଡି ଉମରିଆ ଜିଲାର ପାଲି ପୋଲିସ ଷ୍ଟେଶନ ଅଞ୍ଚଳରେ ଥିବା ମଦାରୀ ଢାବାରେ ରାତ୍ରୀ ଭୋଜନ କରିଥିଲେ। ଏହି ଅଞ୍ଚଳ ବାନ୍ଧବଗଡ ଟାଇଗର ରିଜର୍ଭ ସହିତ ଲାଗି ରହିଛି। ଏଠାରେ ବାରମ୍ବାର ବାଘମାନେ ଯାତାୟତ କରିଥାଆନ୍ତି। ଏହି ସମୟରେ ରାଜ୍ୟ କଂଗ୍ରେସ ସଭାପତି ଜିତୁ ପାଟୱାରୀ ଏବଂ ମଧ୍ୟପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା ଉମାଙ୍ଗ ସିଙ୍ଗର ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri