ଶ୍ରୀମନ୍ଦିରରେ ରାହୁରେଖା ଲାଗି

ପୁରୀ, ୫ା୯(ଅଜିତ ମହାନ୍ତି):ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ସୁନା ରାହୁରେଖା ଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହି ନୀତି ଅନ୍ୟତମ। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରାହୁରେଖା ଲାଗି କରିଛନ୍ତି। ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା।
ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ପାଳିଆ ପୁଷ୍ପାଳକ ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଝୋବାକଣ୍ଠି ମଇଲମ କରିଥିଲେ। ପରେ ମହାଜନସେବକମାନେ ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଯ ଘରକୁ ବିଜେ କରାଇଥିଲେ। ଶୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ଓଷୁଅ ପ୍ରସ୍ତୁତ କରି ରଖିଥିଲେ। ପୂର୍ବରୁ ଦେଉଳକରଣ, ତଢ଼ାଉକରଣ, ଭଣ୍ଡାରମେକାପଙ୍କ ଉପସ୍ଥିତିରେ ଭଣ୍ଡାରଘରୁ ରାହୁରେଖାକୁ କଢ଼ାଯାଇଥିଲା। ଏହି ରାହୁରେଖାକୁ ବଣିଆମାନେ ସଫା କରି ରଖିଥିଲେ। ତେବେ ନୀତି ପାଇଁ ଅପରାହ୍ନ ୩ଟା ୧୫ରେ ଲକ୍ଷ୍ମୀ, ସରସ୍ବତୀ ଖଟଶେଟ ଘରେ ବିଜେ କରିଥିଲେ। ପରେ ଅପରାହ୍ନ ପ୍ରାୟ ୩ଟା ୨୦ରେ ଶ୍ରୀମନ୍ଦିର ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଦଇତାପତି ସେବକମାନେ ଅପରାହ୍ନ ୩ ଟା ୫୦ରେ ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି ପାଇଁ ପ୍ରସ୍ତୁତ ହୋଇଥିଲେ। ପାଳିଆ ମେକାପ ରାହୁରେଖାଗୁଡ଼ିକୁ ପତିମହାପାତ୍ରଙ୍କ ହାତକୁ ବଢାଇଥିଲେ। ପତିମହାପାତ୍ର ରାହୁ ରେଖାଗୁଡିକୁ ସଂସ୍କାର କରି ବଡ଼ବାଡ଼ କ୍ରମରେ ଅର୍ଥାତ୍‌ ଶ୍ରୀବଳଭଦ୍ରଙ୍କଠାରୁ ଆରମ୍ଭ କରି ତିନିବାଡ଼ର ବାଡ଼ଗ୍ରାହୀ ଦଇତାଙ୍କୁ ପ୍ରଦାନ କରିଥିଲେ। ଏହାପରେ ସମସ୍ତ ଦଇତାପତି ମିଶି ଶୁଦ୍ଧସୁଆରଙ୍କଠାରୁ ଓଷୁଅ ଓ ଚାଙ୍ଗଡ଼ା ମେକାପଙ୍କ ଠାରୁ ବଇତମ (ସଫା କନା) ନେଇ ଠାକୁରମାନଙ୍କ ଶ୍ରୀମୁଖରେ ରାହୁରେଖା ଲାଗି କରିଥିଲେ। ନୀତି ସମ୍ପନ୍ନ ହେବା ପରେ ଦଇତାପତି ସେବକମାନେ ଶ୍ରୀମନ୍ଦିରରୁ ସନ୍ଧ୍ୟା ୭ଟା ୧୫ରେ ପ୍ରସ୍ଥାନ କରିଥିଲେ। ଏହାପରେ ରତ୍ନସିଂହାସନ ପୋଛା ମରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ପରେ ମହାଜନ ସେବକମାନେ ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଯ ଘରୁ ଆଣି ରତ୍ନସିଂହାସନରେ ବିଜେ କରାଇବା ପରେ ଶ୍ରୀବିଗ୍ରହମାନଙ୍କୁ ମଇଲମ କରାଯାଇ ବେଶ ବଢିଥିଲା। ପରେ ମଧ୍ୟାହ୍ନ ଧୂପପୂଜା ସରିବା ପରେ ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ୩ ବାଡ଼ରେ ବନ୍ଦାପନା କରିଥିଲେ। ଏହାପରେ ମହାପ୍ରଭୁଙ୍କ ଅନ୍ୟାନ ନୀତି ବଢିଥିଲା।
ସୂଚନାଯୋଗ୍ୟ, ରାହୁରେଖା ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖକୁ ଉଦ୍‌ଭାସିତ କରୁଥିବା ଏକ ସୁବର୍ଣ୍ଣ ଅଳଙ୍କାର। ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହେବା ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢ଼ି ଦିଆଯାଇ ଥାଏ। ଚିତାଲାଗି ଅମାବାସ୍ୟାରେ ରତ୍ନ ଚିତା ଲାଗି କରାଯାଇଥିବାବେଳେ ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀରେ ରାହୁରେଖା ଲାଗି କରାଯାଇଛି। ସେହିପରି ରାହୁରେଖା ପଞ୍ଚମୀ ଅବସରରେ ଶ୍ରୀମନ୍ଦିରର ଅନେକ ସେବକ ପରିବାରରେ ଘରର ଇଷ୍ଟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରାହୁରେଖା ଲାଗି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri