ଲକ୍‌ଡାଉନ୍‌କୁ ନେଇ ଆର୍‌ଏଆଇର ଚେତାବନୀ

ମୁମ୍ବାଇ, ୨୨।୪:  ସମ୍ପ୍ରତି କରୋନାର ଦ୍ୱିତୀୟ ଲହରକୁ ନଜରରେ ରଖି ବିଭିନ୍ନ ରାଜ୍ୟ କଟକଣା ଜାରି କରିଛନ୍ତି। ଏପରି କି କିଛି ରାଜ୍ୟ ଲକ୍‌ଡାଉନ୍‌ ଲାଗୁ କରିଛନ୍ତି। କିନ୍ତୁ ଅର୍ଥନୈତିକ କାର୍ଯ୍ୟକଳାପକୁ ବନ୍ଦ କରାଗଲେ ଏହାଦ୍ୱାରା ବ୍ୟବସାୟ ପ୍ରତିଷ୍ଠାନ ସବୁଦିନ ପାଇଁ ବନ୍ଦ ହୋଇଯିବା ସହ ଲକ୍ଷ ଲକ୍ଷ ଲୋକ ଜୀବିକା ହରାଇବେ ବୋଲି ରିଟେଲର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ(ଆର୍‌ଏଆଇ) ପକ୍ଷରୁ କୁହାଯାଇଛି। ଗତ ବର୍ଷ ଭଳି ଏବର୍ଷ ମଧ୍ୟ ରିଟେଲ ଇଣ୍ଡଷ୍ଟ୍ରି ବା ଖୁଚୁରା ବଜାର ସମାନ ପରିସ୍ଥିତି ଦେଇ ଗତି କରୁଛି। ଅଣ ଅତ୍ୟାବଶ୍ୟକ କିମ୍ବା ଅଣ ଖାଦ୍ୟ ବ୍ୟବସାୟ ଏବଂ ମଲ୍‌ଗୁଡ଼ିକୁ ତୀକ୍ଷ୍ମ ଓ କଟକଣା ମଧ୍ୟରେ ଚାଲୁ ରଖିବାକୁ ଅନୁମତି ଦେବାକୁ ଆର୍‌ଏଆଇ କହିଛି। ଅଣ ଅତ୍ୟାବଶ୍ୟକ ବା ଅଣ ଖାଦ୍ୟ ଖୁଚୁରା ବ୍ୟବସାୟ କିମ୍ବା ମଲ୍‌ ବନ୍ଦ କରିଦେବା ଦ୍ୱାରା ସମସ୍ୟାର ସମାଧାନ ହେବ ନାହିଁ। ଗତ ବର୍ଷ ଦୀର୍ଘ ଦିନ ଧରି ଆର୍ଥିକ କାରବାରକୁ ବନ୍ଦ କରିଦେବା ଫଳରେ ବ୍ୟବସାୟରେ ପ୍ରଭୂତ କ୍ଷତି ଘଟିଥିଲା। ଏଥର ଯଦି ସେପରି କରାଯାଏ, ତେବେ ସବୁଦିନ ପାଇଁ ଖୁଚୁରା ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକ ବନ୍ଦ ହୋଇଯିବା ସହ ଲକ୍ଷ ଲକ୍ଷ ଲୋକ ଜୀବିକା ହରାଇବେ ବୋଲି ଆର୍‌ଏଆଇ ସିଇଓ କୁମାର ରାଜଗୋପାଳନ୍‌ କହିଛନ୍ତି। ପରିସ୍ଥିତିର ମୁକାବିଲା ପାଇଁ କୋଭିଡ୍‌ ଗାଇଡ୍‌ ଲାଇନ ଅନୁସାରେ ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯିବା ସହ ସାମାଜିକ ଦୂରତା ଓ ସାନିଟାଇଜର ବ୍ୟବହାରକୁ ଯେପରି କଡ଼ାକଡ଼ି ଭାବେ ପାଳନ କରାଯିବ, ତା’ ଉପରେ ଗୁରୁତ୍ୱ ଦେବାକୁ ରାଜଗୋପାଳନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri