ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ କରିଛି । ତେବେ ଏଯାବତ୍‌ ହୋଇଥିବା ଚଢ଼ାଉରେ ମିଶ୍ରଙ୍କ ଘରୁ ପୁଳା ପୁଳା ସୁନା, ସୁନାର ଠାକୁର ମୂର୍ତ୍ତି, ରୂପା, ହୀରା ହାର ଓ ରୂପା ବାସନ ଜବତ ହୋଇଛି। ଭୁବନେଶ୍ୱର ଘରୁ କେଜି କେଜି ସୁନା, ରୁପା, ହୀରା ଏବଂ ନଗଦ ଟଙ୍କା ଜବତ ହୋଇଛି। ଏଥିସହ ମର୍ସିଡିଜ କାର। ଅନ୍ୟପକ୍ଷେ ଗଣତି ଜାରି ରହିଛି।
ସୂଚନାଯୋଗ୍ୟ, ଏହି ଚଢାଉରେ ୧୨ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍‌ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସମ୍ପର୍କୀୟଙ୍କ ଘରେ ରେଡ ଚାଲିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri