ନିରଞ୍ଜନଙ୍କ ଅଫିସ୍‌ରେ ରେଡ୍‌ ଘଟଣା: ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ

ଭଦ୍ରକ,୨୮ା୫(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟେଲ ଛକସ୍ଥିତ ନିର୍ବାଚନ କାର୍ଯ୍ୟାଳୟରେ ରେଡ୍‌ କରାଯିବା ଓ ବିଜେଡି କର୍ମୀ ଅଫିସ୍‌ ଭିତରେ ପଶି ଦୁର୍ବ୍ୟବହାର କରିବା ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି।
ଅଫିସ୍‌ ଭିତରକୁ ପ୍ରବେଶ କରିଥିବା ବିଜେଡି କର୍ମୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରାଯାଇଛି। ଜିଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ସେମାନଙ୍କୁ ଗିରଫ କରା ନ ଗଲେ ରାଜ୍ୟ ନିର୍ବାଚନ ଅଧିକାରୀ ଓ କେନ୍ଦ୍ର ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ମଙ୍ଗଳବାର ଖବରଦାତା ସମ୍ମିଳନୀରେ ପୂର୍ବତନ ଜିଲା ସଭାପତି ନଳିନୀକାନ୍ତ ମହାନ୍ତି ଚେତାବନୀ ଦେଇଛନ୍ତି।
ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ନଳିନୀକାନ୍ତ ଅଭିଯୋଗ କରିଛନ୍ତି ଯେ, ଗତ ୨୫ ତାରିଖ ଅଧରାତିରେ ନିର୍ବାଚନ ଅଧିକାରୀ ଏବଂ ଫ୍ଲାଇଂସ୍କ୍ବାଡ୍‌ ମିଳିତ ଭାବେ ମୋଟେଲ ଛକସ୍ଥିତ ମାରୁତି ସୁଜୁକି ଏରିନା ଶୋ’ରୁମ୍‌ ଆଗରେ ଥିବା ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସମସ୍ତ ଗାଡ଼ି ଯାଞ୍ଚ  କରିଥିଲେ। ଏହି ଯାଞ୍ଚରେ ସମ୍ପୂର୍ଣ୍ଣ ସହଯୋଗ କରାଯାଇଥିଲା। କିନ୍ତୁ ଯାଞ୍ଚ ବେଳେ କେତେଜଣ ବିଜେଡି କର୍ମୀ ହୋହଲ୍ଲା କରିବା ସହ କଂଗ୍ରେସ ଅଫିସ୍‌ ଓ ମାରୁତି ଶୋ’ରୁମ୍‌କୁ ଯାଞ୍ଚ ପାଇଁ ପ୍ରଶାସନ ଉପରେ ଚାପ ପ୍ରୟୋଗ କରିଥିଲେ।
ଚାପରେ ବଶବର୍ତ୍ତୀ ହୋଇ ସୋମବାର ସନ୍ଧ୍ୟାରେ ପୁନର୍ବାର ନିର୍ବାଚନ ଆୟୋଗ ଅଧିକାରୀ ପୋଲିସ ସହ ଅଫିସ୍‌ରେ ପଶି ଯାଞ୍ଚ କରିଥିଲେ। ସେମାନଙ୍କ ସହ କେତେଜଣ ବିଜେଡି କର୍ମୀ କଂଗ୍ରେସ ଅଫିସ୍‌କୁ ପଶିଥିଲେ। କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ବିରୋଧ କରିବାରୁ ବିଭିନ୍ନ ଧମକ ଦେଇଥିଲେ। ଏନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ ସହ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।
ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ନଳିନୀକାନ୍ତ  ପ୍ରକାଶ କରିଛନ୍ତି। ଭଣ୍ଡାରିପୋଖରୀରେ ବିଜେଡି ହାରିବା ଭୟରେ ଏପରି କରୁଥିବା ସେ ଅଭିଯୋଗ କରିଛନ୍ତି। ପୂର୍ବତନ ଜିଲା ସଭାପତି ସୁବ୍ରତ ଦାସ, ବନ୍ତ ବ୍ଲକ କଂଗ୍ରେସ ସଭାପତି ରାଜକିଶୋର ସ୍ବାଇଁ, ଦଳିତ ନେତା ରାଜେନ୍ଦ୍ର ଜେନା ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri