ଗୋ ମାଫିଆଙ୍କ ଘରେ ରେଡ୍‌: ବିପୁଳ ପରିମାଣର ବେଆଇନ ସମ୍ପତ୍ତି ଜବତ

ପାଟଣା,୧୭।୧(ବୀର କିଶୋର ଦାଶ): କେନ୍ଦୁଝର ପୋଲିସରର ଏକାଧିକ ଦଳ ଶନିବାର ୪୬ଟି ସ୍ଥାନରେ ବେଆଇନ ଗୋରୁ ବ୍ୟବସାୟୀଙ୍କ ବାସଭବନ ଉପରେ ସମନ୍ବିତ ଚଢାଉ କରିଛନ୍ତିି । ଏହି ଅଭିଯାନରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ତୁରୁମୁଙ୍ଗାର ତାପସ ସାହୁ, ସିପୁ ସାହୁ ଏବଂ କଇଣ୍ଡାର ମଣ୍ଟୁ ସାହୁ ଘରେ ରେଡ଼ ଜାରି ରହିଛି। ସେହିଭଳି ହରିଚନ୍ଦନପୁର ଥାନା ଅନ୍ତର୍ଗତ ସାନ୍ତରାପୁର, କାଳିଆହାତା, ତେଲକୋଇ, ଘଷିପୁରା, ଜାମୁଜୋଡି, ମୟୂରଭଞ୍ଜ ଜିଲାର ବିସୋଇ, କରଞ୍ଜିଆ, ଝାରପୋଖରିଆ, ତେଣ୍ଟୋପୋଶି, ଚଢେଇଭୋଳ, କେନ୍ଦ୍ରେଇ ଏବଂ ଠାକୁରମୁଣ୍ଡାରେ ଚଢାଉ ହୋଇଛି। ଏହା ସହିତ ଯାଜପୁର ଜିଲା କୋରେଇ ଏବଂ ଭଦ୍ରକ ଜିଲା ମଧ୍ୟ ସାମିଲ ରହିଛି। ଏହି ବ୍ୟାପକ ଅଭିଯାନର ନେତୃତ୍ୱ ନେଉଛନ୍ତି ୨ଜଣ ଅତିରିକ୍ତ ପୋଲିସ ଅଧିକ୍ଷକ। ଯେଉଁଥିରେ ୫ଜଣ ଡିଏସପି, ୨୫ ଜଣ ଇନ୍ସପେକ୍ଟର, ୩୬ ଜଣ ଏସଆଇ ଏବଂ ଏଏସଆଇ ସାମିଲ ଅଛନ୍ତି ଏବଂ ୧୮ ପ୍ଲାଟୁନ ଫୋର୍ସ ସହାୟତାରେ ଏହି ଅଭିଯାନ ଜାରି ରହିଛି। ନଗଦ ଟଙ୍କା, ଯାନବାହାନ ଏବଂ ଅନ୍ୟାନ୍ୟ ସମ୍ପତ୍ତିର ବିପୁଳ ପରିମାଣ ଜବତ ହେବାର ଆଶଙ୍କା କରାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ତତ୍ପରତା, ବେଙ୍ଗାଲୁରୁରୁ ଆସିଲା ମଞ୍ଜୁଳାଙ୍କ ମରଶରୀର 

ଗୁଣୁପୁର, ୩।୩(ସଂକେତ ପାତ୍ର): ଗତ ଫେବୃଆରୀ ୨୫ ତାରିଖରେ ବେଙ୍ଗାଲୁରୁରେ ଗୁଣୁପୁର ନିକଟସ୍ଥ ରେଜିଂତାଲ ଗ୍ରାମର ଇସ୍ତିପାନ ଗମାଙ୍ଗଙ୍କ ଝିଅ ମଞ୍ଜୁଳା ଗମାଙ୍ଗଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri