୨ ଜୁଆଆଡ୍ଡା ଉପରେ ଚଢ଼ାଉ: ଘରମାଲିକଙ୍କୁ ପୋଲିସର ଜେରା, ୩୧ ଗିରଫ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ୨ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରି ୩୧ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ପୋଲିସ ୮ଟି ବାଇକ୍‌, ୨୪ଟି ମୋବାଇଲ ଜବତ କରାଯାଇଥିବା ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଜୁଆଆଡ୍ଡା ଚଳାଇଥିବା ଘର ମାଲିକ ମହେଶ୍ୱର ପ୍ରଧାନ ଏବଂ ଟିଟୁ ସାହୁଙ୍କୁ ପୋଲିସ ଅଧିକ ପଚରାଉଚରା କରୁଥିବା ବେଳେ ଅନ୍ୟମାନଙ୍କୁ ନୋଟିସ ଦେଇ ଛାଡ଼ି ଦିଆଯାଇଥିବା ଏସ୍‌ଡିପିଓ କହିଛନ୍ତି। ସେ ବିସ୍ତୃତ ଭାବେ ସୂଚନା ଦେଇ କହିଛନ୍ତି, ଏକ ସୂତ୍ରରୁ ଖବର ପାଇ ତାଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଏବଂ ଦାରିଙ୍ଗବାଡ଼ି ଥାନା ଅଧିକାରୀ କନକ ମାଝୀ, ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝୀ, ବାସନ୍ତି ବେହେରା ଜୟନ୍ତ କୁମାର ସେଠୀ, ଏଏସ୍‌ଆଇ ଅର୍ଜୁନ ଶବର ଶନିବାର ବିଳମ୍ବିତ ରାତିରେ ୨ଟି ସ୍ଥାନରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲେ। ଏହି ସମୟରେ ପୋଲିସ ଗୋଟିଏ ଆଡ୍ଡାରେ ୨୨ ଜଣଙ୍କୁ କାବୁ କରିବା ସହ ସେମାନଙ୍କ ଠାରୁ ୬୫ ହଜାର ୭୪୦ ଟଙ୍କା ଜବତ କରାଯାଇଥିବାବେଳେ ସେମାନଙ୍କ ଠାରୁ ୭ ବାଇକ୍‌ ଏବଂ ୧୮ ମୋବାଇଲ ଜବତ କରାଯାଇଥିବା କହିଛନ୍ତି। ସେହିପରି ଅନ୍ୟ ଆଡ୍ଡା ଉପରେ ଚଢ଼ାଉ କରାଯାଇ ୯ ଜଣଙ୍କୁ ଗିରଫ କରାଯିବା ସହ ଗୋଟିଏ ବାଇକ୍‌ ଏବଂ ୬ଟି ମୋବାଇଲକୁ ପୋଲିସ ଜବତ କରିଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।

ଦାରିଙ୍ଗବାଡ଼ି ଅଞ୍ଚଳରେ ଏକାଧିକ ସ୍ଥାନରେ ଏହି ଜୁଆ ଚାଲିଥିବା ଖବର ଏସ୍‌ଡିପିଓଙ୍କୁ ସୂଚନା ରହିଥିଲା ସେ ସୂଚନା ପାଇ ଚଢ଼ାଉ କରିଥିବା ଖବରଦାତା ସମ୍ମିଳନୀରେ କହିଥିଲେ। ଏହି ଜୁଆଆଡ୍ଡାରେ ସ୍ଥାନୀୟ ଲୋକଙ୍କ ସମେତ ପଡ଼ୋଶୀ ଗଞ୍ଜାମ ଜିଲାର ଖେଳାଳି ଏଥିରେ ସାମିଲ ହୋଇଥିବା ଏସ୍‌ଡିପିଓ କହିଛନ୍ତି। ସେ ଲୋକଙ୍କୁ ନିବେଦନ କରି କହିଛନ୍ତି ଯେ, ଏବେ ପାର୍ବଣ ଚାଲିଛି ଲୋକ ଏହାକୁ ପାଳନ କରନ୍ତୁ କିନ୍ତୁ ଜୁଆ ଖେଳିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛନ୍ତି। ଏଥିସହ ଅଞ୍ଚଳରେ ଚୋରି ବୃଦ୍ଧି ଘଟଣାକୁ ନେଇ ଏସ୍‌ଡିପିଓ କହିଛନ୍ତି ପୋଲିସ ଚୋରି ଯାଇଥିବା ୨ଟି ବାଇକ୍‌ ଉଦ୍ଧାର କରିଛି ଆଗକୁ ଆହୁରି କାର୍ଯ୍ୟାନୁଷ୍ଠାନ ନିଆଯିବ କହିବା ସହ ସିସି କ୍ୟାମେରା ଲଗାଇବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri