୨ ଜୁଆଆଡ୍ଡା ଉପରେ ଚଢ଼ାଉ: ଘରମାଲିକଙ୍କୁ ପୋଲିସର ଜେରା, ୩୧ ଗିରଫ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ୨ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରି ୩୧ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ପୋଲିସ ୮ଟି ବାଇକ୍‌, ୨୪ଟି ମୋବାଇଲ ଜବତ କରାଯାଇଥିବା ବାଲିଗୁଡ଼ା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଜୁଆଆଡ୍ଡା ଚଳାଇଥିବା ଘର ମାଲିକ ମହେଶ୍ୱର ପ୍ରଧାନ ଏବଂ ଟିଟୁ ସାହୁଙ୍କୁ ପୋଲିସ ଅଧିକ ପଚରାଉଚରା କରୁଥିବା ବେଳେ ଅନ୍ୟମାନଙ୍କୁ ନୋଟିସ ଦେଇ ଛାଡ଼ି ଦିଆଯାଇଥିବା ଏସ୍‌ଡିପିଓ କହିଛନ୍ତି। ସେ ବିସ୍ତୃତ ଭାବେ ସୂଚନା ଦେଇ କହିଛନ୍ତି, ଏକ ସୂତ୍ରରୁ ଖବର ପାଇ ତାଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ ଏବଂ ଦାରିଙ୍ଗବାଡ଼ି ଥାନା ଅଧିକାରୀ କନକ ମାଝୀ, ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝୀ, ବାସନ୍ତି ବେହେରା ଜୟନ୍ତ କୁମାର ସେଠୀ, ଏଏସ୍‌ଆଇ ଅର୍ଜୁନ ଶବର ଶନିବାର ବିଳମ୍ବିତ ରାତିରେ ୨ଟି ସ୍ଥାନରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲେ। ଏହି ସମୟରେ ପୋଲିସ ଗୋଟିଏ ଆଡ୍ଡାରେ ୨୨ ଜଣଙ୍କୁ କାବୁ କରିବା ସହ ସେମାନଙ୍କ ଠାରୁ ୬୫ ହଜାର ୭୪୦ ଟଙ୍କା ଜବତ କରାଯାଇଥିବାବେଳେ ସେମାନଙ୍କ ଠାରୁ ୭ ବାଇକ୍‌ ଏବଂ ୧୮ ମୋବାଇଲ ଜବତ କରାଯାଇଥିବା କହିଛନ୍ତି। ସେହିପରି ଅନ୍ୟ ଆଡ୍ଡା ଉପରେ ଚଢ଼ାଉ କରାଯାଇ ୯ ଜଣଙ୍କୁ ଗିରଫ କରାଯିବା ସହ ଗୋଟିଏ ବାଇକ୍‌ ଏବଂ ୬ଟି ମୋବାଇଲକୁ ପୋଲିସ ଜବତ କରିଥିବା ଏସ୍‌ଡିପିଓ ସୂଚନା ଦେଇଛନ୍ତି।

ଦାରିଙ୍ଗବାଡ଼ି ଅଞ୍ଚଳରେ ଏକାଧିକ ସ୍ଥାନରେ ଏହି ଜୁଆ ଚାଲିଥିବା ଖବର ଏସ୍‌ଡିପିଓଙ୍କୁ ସୂଚନା ରହିଥିଲା ସେ ସୂଚନା ପାଇ ଚଢ଼ାଉ କରିଥିବା ଖବରଦାତା ସମ୍ମିଳନୀରେ କହିଥିଲେ। ଏହି ଜୁଆଆଡ୍ଡାରେ ସ୍ଥାନୀୟ ଲୋକଙ୍କ ସମେତ ପଡ଼ୋଶୀ ଗଞ୍ଜାମ ଜିଲାର ଖେଳାଳି ଏଥିରେ ସାମିଲ ହୋଇଥିବା ଏସ୍‌ଡିପିଓ କହିଛନ୍ତି। ସେ ଲୋକଙ୍କୁ ନିବେଦନ କରି କହିଛନ୍ତି ଯେ, ଏବେ ପାର୍ବଣ ଚାଲିଛି ଲୋକ ଏହାକୁ ପାଳନ କରନ୍ତୁ କିନ୍ତୁ ଜୁଆ ଖେଳିଲେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛନ୍ତି। ଏଥିସହ ଅଞ୍ଚଳରେ ଚୋରି ବୃଦ୍ଧି ଘଟଣାକୁ ନେଇ ଏସ୍‌ଡିପିଓ କହିଛନ୍ତି ପୋଲିସ ଚୋରି ଯାଇଥିବା ୨ଟି ବାଇକ୍‌ ଉଦ୍ଧାର କରିଛି ଆଗକୁ ଆହୁରି କାର୍ଯ୍ୟାନୁଷ୍ଠାନ ନିଆଯିବ କହିବା ସହ ସିସି କ୍ୟାମେରା ଲଗାଇବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri