ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ ବନ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଥିଲା। ଏନେଇ ଅଭିଯୁକ୍ତ ଜଣଙ୍କ ଜାଣି ସେଠାରୁ ଖସି ପଳାଇଥିଲେ। ଏହାପରେ ସେଠାରେ ଟ୍ରାକ୍ଟରରେ ଲାଗିଥିବା କରତକଳ ମେଶିନ ଜବତ କରାଯାଇଥିଲା। ଏଥିସହ ୨ ସିଫ୍ଟ ଆକାଶିଆ କାଠ ଜବତ କରାଯାଇଛି।

ଘଟଣାରୁ ପ୍ରକାଶ ଯେ, ଅଭିଯୁକ୍ତ ଜଣଙ୍କ ଟ୍ରାକ୍ଟର ଗାଡ଼ିରେ କରତକଳ ମେଶିନ ଲଗାଇ ବିଭିନ୍ନ ଆଡ଼େ ବୁଲିବୁଲି କାଠ କାଟନ୍ତି। ଏଥିସହ ଗ୍ରାମ ନିକଟରେ ମଧ୍ୟ କାଟନ୍ତି। ଅଭିଯୁକ୍ତ ଜଣକ ବେନିୟମ ଭାବେ ଏହିଭଳି କାର୍ଯ୍ୟ କରୁଥିବା ନେଇ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତିଙ୍କ ପାଖରେ ପହଞ୍ଚିଥିଲା। ଏହାପରେ ରେଞ୍ଜର ପୃଥିବୀରାଜ ପ୍ରଧାନଙ୍କ ନେତୃତ୍ୱରେ ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ, ଦକ୍ଷିଣ ଘୁମୁସର ବନଖଣ୍ଡ କର୍ମଚାରୀ ଏବଂ ପୋଲିସ ମିଳିତ ଭାବେ ଅଚାନକ ଚଢ଼ାଉ କରିଥିଲେ। ଏଥିସହ ବନ ବିଭାଗ ପକ୍ଷରୁ ଏନେଇ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚାଲିଛି ବୋଲି ବିଭାଗ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

ଏହି ବଡ଼ ବ୍ୟାଙ୍କ୍‌ ହୋଇଯିବ ବନ୍ଦ! ଆକାଉଣ୍ଟରେ ଟଙ୍କା ଥିଲେ ତୁରନ୍ତ କରନ୍ତୁ ଏହି କାମ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ପ୍ରତିଦିନ ପେଟିଏମ୍ (Paytm) ଆପ୍‌ ଜରିଆରେ ୟୁପିଆଇ (UPI) ପେମେଣ୍ଟ, ମୋବାଇଲ୍ ରିଚାର୍ଜ କିମ୍ବା ବିଲ୍ ପରିଶୋଧ କରୁଛନ୍ତି, ତେବେ ଆପଣଙ୍କ…

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ…

ଜୁନରେ ଘାରିଥିଲା ମରୁଡ଼ି ଆଶଙ୍କା, ଜୁଲାଇରେ ଲଗାଣ ବର୍ଷା; ଉଜୁଡ଼ିବାକୁ ବସିଲା ଧାନ ଚାଷ

ଅମରପାଲି, ୨୯।୭ (ପୀତାମ୍ବର ସାହୁ): ଚଳିତ ଖରିଫ ଋତୁରେ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର କୃଷି ଅଞ୍ଚଳରେ ପାଗର ଅସ୍ବାଭାବିକ ପରିବର୍ତ୍ତନ ଚାଷୀଙ୍କ ଚିନ୍ତାକୁ ବଢ଼ାଇ ଦେଇଛି। ଜୁନ…

୮୦ ବର୍ଷ ବୟସରେ ୩ ସ୍ବର୍ଣ୍ଣ ପଦକ ଜିତିଲେ ଦୁର୍ଗାଚରଣ: କଳାହାଣ୍ଡି ପାଇଁ ଆଣିଲେ ଗୌରବ

ଭବାନୀପାଟଣା,୨୯।୭:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମନ୍ଦାର ବଗିଚା ପଡ଼ାସ୍ଥିତ ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ(ଏଏସପି) ଦୁର୍ଗାଚରଣ ମିଶ୍ର ନେପାଳର ପୋଖରାଠାରେ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri