ପଥର ମାଫିଆଙ୍କ ଘରେ ଚଢ଼ାଉ

ନୀଳଗିରି, ୨୭।୭(ସ୍ବ.ପ୍ର.) – ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଚୋରା ପଥର ମାଫିଆଙ୍କ ଦୌରାତ୍ମ୍ୟ ବୃଦ୍ଧି ହେବାରେ ଲାଗିଛି। ସୋମବାର ବାଘମରା ଅଞ୍ଚଳକୁ ତଦନ୍ତ କରିବାକୁ ଯାଇଥିବା ସଜନାଗଡ଼ ଆର୍‌ଆଇ (ରାଜସ୍ବ ନିରୀକ୍ଷକ) ସନ୍ତୋଷ କୁମାର ବେହେରାଙ୍କୁ ପଥରମାଫିଆଙ୍କ ଆକ୍ରମଣ ଘଟଣାକୁ ତହସିଲଦାର ଅଶେଷ କୁମାର ନାୟକ ଗୁରୁତର ସହ ନେଇ ବାଲେଶ୍ୱର ଜିଲାପାଳ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ, ନୀଳଗିରି ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀ ଓ ଏସ୍‌ଡିପିଓ ରିତେଶ ମହାପାତ୍ରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ମଙ୍ଗଳବାର ନୀଳଗିରି ଉପଜିଲାପାଳ ସେଠୀ, ତହସିଲଦାର ନାୟକ ଓ ଆଇଆଇସି ଗୋପାଳଚନ୍ଦ୍ର କର୍ଣ୍ଣ ପୋଲିସଫୋର୍ସ ନେଇ ଚୋରା ଖାଦାନ ଓ ଆକ୍ରମଣକାରୀ ପୋଡ଼ାଶୁଳ ଅଞ୍ଚଳର ବାପ-ପୁଅଙ୍କ ଘରେ ଚଢ଼ାଉ କରିଥିଲେ। ବାପ-ପୁଅ ଉଭୟ ଫେରାର ଥିବାବେଳେ ଘରେ ଥିବା କମ୍ପ୍ରେସର ମେଶିନ, ଟ୍ରାକ୍ଟର, ଜିପ୍‌ ସହ ବହୁ ଯନ୍ତ୍ରାଂଶ ଜବତ କରାଯାଇଛି। ଏଭଳି ଚଢ଼ାଉ ପରେ ପଥର ମାଫିଆମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ପୋଲିସ ବାପ-ପୁଅଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିବା ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ନୀଳଗିରି ତହସିଲ ଅଧୀନ ବାଘମରା ଅଞ୍ଚଳରେ ବେଆଇନ ବ୍ଲାଷ୍ଟିଂ କରି ପଥର ଚୋରି ହେଉଥିବା ଅଭିଯୋଗ ହେବା ପରେ ତହସିଲଦାରଙ୍କ ନିର୍ଦ୍ଦେଶରେ ସଜନାଗଡ଼ ଆର୍‌ଆଇ (ରାଜସ୍ବ ନିରୀକ୍ଷକ) ସନ୍ତୋଷ କୁମାର ବେହେରା ତଦନ୍ତ କରିବାକୁ ଯାଇ ଫଟୋ ଉତ୍ତୋଳନ କରିଥିଲେ। ଫେରିବା ବେଳେ ତାଙ୍କୁ ପଥର ମାଫିଆ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିଥିଲେ। ଏପରିକି ପ୍ରମାଣ ନଷ୍ଟ କରିବା ପାଇଁ ଆର୍‌ଆଇଙ୍କ ମୋବାଇଲ ଭାଙ୍ଗିବା ସହ ତାଙ୍କ ପର୍ସ ଓ ସେଥିରେ ଥିବା ୪୦୦୦ ଟଙ୍କା ମଧ୍ୟ ନେଇଯାଇଥିବା ନୀଳଗିରି ଥାନାରେ ଲିଖିତ ଅଭିଯୋଗ ହୋଇଥିଲା। ଏନେଇ ନୀଳଗିରି ଥାନା ପକ୍ଷରୁ ମାମଲା (ନଂ. ୨୨୬ / ୨୨) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri