ବେଆଇନ ମଦଭାଟି ଉପରେ ପୋଲିସ ଚଢାଉ: ବିପୁଳ ପରିମାଣର ମହୁଲି ଜବତ

ପାଟଣା,୨୩।୮(ବୀରକିଶୋର ଦାଶ): ଗଞ୍ଜାମ ଜିଲା ଚିକିଟି ଏନଏସି ଅନ୍ତର୍ଗତ ମାଉନ୍ଦ ପୁରରେ ମଦ ମୃତ୍ୟୁ ଘାଟଣା ପରେ ପାଟଣା ପୋଲିସ ଆକ୍ସନ ମୁଡକୁ ଆସିଛି। କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ଶୁକ୍ରବାର ବ୍ୟାପକ ଅବକାରୀ ଚଢାଉ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନଙ୍କ ନେତୃତ୍ୱରେ ସମ୍ପନ୍ନ ହୋଇଛି। ବିଭିନ୍ନ ସ୍ଥାନରେ ଥିବା ବେଆଇନ ମହୁଲି ମଦ ଭାଟି ଉପରେ ଚଢାଉ କରି ଭାଟି ଭାଙ୍ଗିବା ସହ ୧ ଶହ ଲିଟର ମହୁଲି ମଦ ଜବତ କରିବା ସହ ୫ ଶହ କିଗ୍ରା ପୋଚକୁ ନଷ୍ଟ କରିଛନ୍ତି।

ଭୋଳପଡା ନାଳ କୂଳରେ ଚାଲିଥିବା ବ୍ୟାପକ ମହୁଲି ଭାଟିକୁ ଭାଙ୍ଗି ଦିଆଯାଇଛି। ଏଥି ସହ ମଦ ପ୍ରସ୍ତୁତି ରେ ବ୍ୟବହୃତ ସରଞ୍ଜାମକୁ ଜବତ କରାଯାଇଛି। ସାହାର ପଡା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ସାହାରପଡାରୁ ମଲ୍ଲିପଶି ମଧ୍ୟରେ ରାସ୍ତା କଡରେ ବିକ୍ରି ହେଉଥିବା ବେଆଇନ ଅସ୍ଥାୟୀ ମହୁଲି, ହାଣ୍ଡିଆ, ରସି ଦୋକାନଗୁଡ଼ିକୁ ପୋଲିସ ଫୋର୍ସ ସହାୟତାରେ ଭାଙ୍ଗି ଦେଇଛି। ପୋଲିସ ଚଢ଼ାଉ ଯୋଗୁ ଘଟଣାସ୍ଥଳରୁ ମଦ ବେପାରୀମାନେ ଛତ୍ର ଭଙ୍ଗ ଦେଇ ଦୌଡ଼ି ପଳାଇଥିଲେ । ପୋଲିସ ଏହି ଘଟଣାରେ କାହାରିକୁ ଗିରଫ କରିବାକୁ ସଫଳ ହୋଇ ହୋଇ ପାରିନାହିଁ। ଏହି ଚଢାଉରେ ଥାନା ଅଧିକାରୀ ଶ୍ରୀ ପ୍ରଧାନଙ୍କ ସହ ସାହାରପଡା ଫାଣ୍ଡି ଅଧିକାରୀ ଭବାନୀ ଶଙ୍କର ବାଦି, ଏଏସଆଇଏନ ଲୁଗୁନ, ଥାନା ହାବିଲଦାର, ଫୋର୍ସ, ହୋମ ଗାର୍ଡମାନେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri