ବେଆଇନ ମଦ କାରଖାନା ଉପରେ ଚଢ଼ାଉ, ବିପୁଳ ପରିମାଣର ମଦପୋଚ୍‌, ଅପମିଶ୍ରିତ ମଦ ଜବତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଅଧିକ୍ଷକ ପ୍ରବୀଣ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ରବିବାର ଚିକିଟି ଅବକାରୀ ଉପ-ଅଧିକ୍ଷକ କୁମୁଦ ରଞ୍ଜନ କୁଅଁରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅବକାରୀ ଓ ପୋଲିସ କର୍ମଚାରୀ ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଦାମପୁର, ଟି.ଗୋବିନ୍ଦପୁର, ପଦ୍ମପୁର, ରାଜନା ପଲ୍ଲୀ ଗ୍ରାମ ନିକଟ ଦୁର୍ଗମ ପାହାଡିଆ ଜଙ୍ଗଲ ଓ ନାଳ ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରି ଏକାଧିକ ଚୋରା ମଦ କାରଖାନା ଧ୍ୱଂସ କରିଛନ୍ତି।

ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ଦିଲ୍ଲୀପ କୁମାର ଜେନାଙ୍କ ଉପସ୍ଥିତିରେ ମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ୭୮୧୦ ଲିଟର ଗୁଡ଼ ଓ ମହୁଲ ମିଶ୍ରିତ ପିଡ଼ିଆ ପୋଚ ଓ ୨ ଶହ ଲିଟର ଅପମିଶ୍ରିତ ଦେଶୀ ରନ୍ଧା ମଦ, ପ୍ଲାଷ୍ଟିକ ବାଲ୍ଟି , ଡ୍ରମ, ଡେକ୍ଚି ଇତ୍ୟାଦିକୁ ଘଟଣାସ୍ଥଳରୁ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୪ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ
ହୋଇଥିବା ଚଢ଼ାଉରେ ଦିଗପହଣ୍ଡି ଅବକାରୀ ଥାନା ଓଆଇସି ଅନିତା ପ୍ରଧାନ, ପାଟପୁର ଥାନା ଏସ୍‌ଆଇ ସୁଲେମାନ ଭୂୟାଁ, ପୋଡ଼ାମାରୀ ପୋଲିସ ଫାଣ୍ଡି ଅଧିକାରୀ ପରମେଶ୍ବର ମଲ୍ଲିକ ଓ ଦିଗପହଣ୍ଡି, ଚିକିଟି , ଗୋଳନ୍ଥରା, ବ୍ରହ୍ମପୁର ଅବକାରୀ ମୋବାଇଲ ସ୍କ୍ବାର୍ଡ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଏପିଆର୍‌ ଫୋର୍ସ ଓ ପୋଲିସ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri