Posted inଜାତୀୟ

ଆତଙ୍କବାଦୀ ଶିବିରରେ ଚଢ଼ାଉ, ୬ ଷ୍ଟିକି ବୋମା ସହିତ ବହୁ ଅସ୍ତ୍ରଶସ୍ତ୍ର ଜବତ…

ଶ୍ରୀନଗର, ୪।୭ : ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଏକ ଆତଙ୍କବାଦୀ ଶିବିର ଉପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚଢ଼ାଇ କରାଯାଇଛି। ସେଠାରୁ ୬ ଷ୍ଟିକ ବୋମା ସମେତ ବହୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ସୋମବାର କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି।

ରବିବାର ରେସି ଜିଲାର ଏକ ଗାଁରେ ଲୋକମାନେ ଲଶ୍କର-ଇ-ତୋଏବା କମାଣ୍ଡର ତାଲିବ ହୁସେନ ଶାହା ଏବଂ ତାଙ୍କ ସହଯୋଗୀ ଫୈସଲ ଅହମ୍ମଦ ଦାରଙ୍କୁ ଧରି ପୋଲିସକୁ ହସ୍ତାନ୍ତର କରିଥିଲେ। ନ୍ୟୁଜ ଏଜେନ୍ସିରେ ପ୍ରକାଶିତ ଖବର ଅନୁଯାୟୀ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ ପଚରାଉଚରା ବେଳେ ଶାହା ରାଜୌରୀର ଡ୍ରାଜ ଗ୍ରାମରେ ଆତଙ୍କବାଦୀ ଶିବିର ଥିବା ସମ୍ପର୍କରେ ସୂଚନା ଦେଇଥିଲେ।

ଏହା ପରେ ସେଠାରେ ଚଢ଼ାଉ କରାଯାଇଥିଲା । ପୋଲିସ ଅଧିକାରୀ କହିଛନ୍ତି ଯେ ଚଢ଼ାଉ ବେଳେ ସେଠାରୁ ୬ ଟି ଷ୍ଟିକି ବୋମା, ଗୋଟିଏ ପିସ୍ତଲ, ୩ ପିସ୍ତଲ ମାଗାଜିନ, ପିସ୍ତଲ କାର୍ଟ୍ରିଜ, ଗୋଟିଏ ଅଣ୍ଡର ବ୍ୟାରେଲ ଗ୍ରେନେଡ ଲଞ୍ଚର, ତିନୋଟି ୟୁବିଜିଏଲ ଗ୍ରେନେଡ, ଏକେ ଆସଲ୍ଟ ରାଇଫଲର ୭୫ ଟି କାର୍ଟ୍ରିଜ ଏବଂ ରିମୋଟ ସହିତ ଗୋଟିଏ ଆଇଡି ଆଣ୍ଟେନା ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri