ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ବଡ଼ଧରଣର ଚଢ଼ଉ କରାଯାଇଛି । ମଙ୍ଗଳବାର ସକାଳୁ ଭିଜିଲାନ୍ସର ଏକାଧିକ ସ୍ୱତନ୍ତ୍ର ଟିମ୍ ପକ୍ଷରୁ ସମ୍ବଲପୁର, ଭୁବନେଶ୍ୱର, ପୁରୀ ଏବଂ ଖୋର୍ଦ୍ଧା ଜିଲାର ପ୍ରାୟ ୭ଟି ଭିନ୍ନ ଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ଉ ଜାରି ରହିଛି।
​ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟର ଜଜ୍‌ଙ୍କ ପକ୍ଷରୁ ଜାରି ସର୍ଚ୍ଚୱାରେଣ୍ଟ ବଳରେ ଏହି କାର୍ଯ୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ଏହି ଚଢ଼ଉରେ ୮ ଜଣ ଡିଏସପି, ୧୧ ଜଣ ଇନ୍ସପେକ୍ଟର, ୧୧ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ରହିଛନ୍ତି । ସହକାରୀ ନିର୍ଦ୍ଦେଶକ ସାମନ୍ତରାୟ ଆୟର ଉତ୍ସଠାରୁ ବହୁ ଅଧିକ ପରିମାଣର ସମ୍ପତ୍ତି ଠୁଳ କରିଥିବାନେଇ ବିଶେଷ ସୂତ୍ରରୁ ଖବର ପାଇବା ପରେ ଭିଜିଲାନ୍ସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
​ସମ୍ବଲପୁର ସହର ଧନକଉଡ଼ାସ୍ଥିତ ସନସିଟି ଆପାର୍ଟମେଣ୍ଟର ଏକ ୩ ବିଏଚକେ ଫ୍ଲାଟ୍, ଭୁବନେଶ୍ୱର ନନ୍ଦନକାନନ ରୋଡ୍ ନନ୍ଦନ ବିହାରରେ ଥିବା ଏକ ଡୁପ୍ଲେକ୍ସ, ଇଣ୍ଡସ୍ କଲେଜ ଅଫ ଇଞ୍ଜିନିଅରିଂ, ଜଟଣୀ ନିକଟ ବାରକୁଡ଼ାସ୍ଥିତ କୋଠା, ପୁରୀ ବାଳିଗୁଳି ତୋଟାବେହେରା ସାହିସ୍ଥିତ ତ୍ରିତଳ କୋଠା ଏବଂ ଖୋର୍ଦ୍ଧା ବାଲୁଗାଁ ସୁଭାଷ ମାର୍ଗ ତଥା ଅଶୋକ ନଗରରେ ଥିବା ଦୁଇଟି ଦ୍ୱିତଳ କୋଠା ସମେତ ତାଙ୍କର ସମ୍ବଲପୁରସ୍ଥିତ କାର୍ଯ୍ୟାଳୟରେ ଏହି ତଲାସୀ ଅଭିଯାନ ଜାରି ରହିଛି।

ବର୍ତ୍ତମାନ ସୁଦ୍ଧା ତଲାସୀ ପ୍ରକ୍ରିୟା ଜାରି ରହିଥିବାବେଳେ ଆଗକୁ ଆହୁରି କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଏବଂ ସମ୍ପତ୍ତିର ହିସାବ ସାମ୍ନାକୁ ଆସିବାର ସମ୍ଭାବନା ରହିଛି ବୋଲି ଭିଜିଲାନ୍ସ ସୂତ୍ରରୁ ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?