ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଚଳପ୍ରଚଳ ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା।
ପରେ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲରେ ସିଆର୍‌ପିଏଫ୍‌ ଓ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ସୁରକ୍ଷାକର୍ମୀଙ୍କୁ ଦେଖି ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ହେଲେ ସୁରକ୍ଷାକର୍ମୀ ସେଠାରେ ଏକ ମାଓବାଦୀ କ୍ୟାମ୍ପ ଠାବ କରି ସେଠାରୁ ବିପୁଳ ପରିମାଣର ସାମଗ୍ରୀ ଜବତ କରିଥିଲେ। ଏହାସହ ଗୋଟିଏ ଲ୍ୟାଣ୍ଡମାଇନ୍‌କୁ ଘଟଣାସ୍ଥଳରେ ନଷ୍ଟ କରଯାଇଥିଲା। ବର୍ତ୍ତମାନ ମଧ୍ୟ ମନସ୍କା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। କ୍ୟାମ୍ପ ଠାବ ସମୟରେ ୫୮ଟି ଜୀବନ୍ତ ଗୁଳି, ନକ୍ସଲ ପୋଷାକ,୭୪ ଟି ଜିଲୋଟିନ,୧୦ ଟି ଡେଟୋନେଟର, ହେଣ୍ଡ ଗ୍ରେନେଟ, ବନ୍ଧୁକ ପାଉଡର, ସମେତ ବ୍ୟାନର ଜବତ କରାଯାଇଛି। ସେହିପରି ଜବତ ବ୍ୟାନରରେ ଟାପରେଙ୍ଗ ମାଓବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଆହ୍ବାନ ରହିଥିବା ବେଳେ ଖଣି ଖନନକୁ ବିରୋଧ ପାଇଁ ମଧ୍ୟ ପୋଷ୍ଟରରେ ଉଲ୍ଲେଖ ରହିଛି। ଏହି କ୍ୟାମ୍ପରେ ବଂଶଧାରା ଘୁମୁସର ନାଗାବଳୀ ଡିଭିଜନ କମିଟି ସଦସ୍ୟ ଓ କଳାହାଣ୍ଡି କନ୍ଧମାଳ ବୌଦ୍ଧ ନୟାଗଡ଼ ଡିଭିଜନାଲ ଟିମ୍‌ର ମାଓବାଦୀ ସଦସ୍ୟ ରହିଥିଲେ ବୋଲି ଜଣାପଡିଛି। ସେଠାରେ ସେମାନଙ୍କ ଏକ ବଡ଼ ଯୋଜନା ଚାଲିଥିବା ବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ଅନ୍ଧାର ରାତିରେ ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଥିଲେ ବୋଲି କଳାହାଣ୍ଡି ଏସ୍‌ପି ସୂଚନା ଦେଇଛନ୍ତି। ଏନେଇ ଶନିବାର ଜିଲା ପୋଲିସ ପକ୍ଷରୁ ଭବାନୀପାଟଣା ରିଜର୍ଭଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ଖବରଦାତା ସମ୍ମିଳନୀରେ ଏସ୍‌ପି ଅଭିଳାଷ ଜୀ, ସିଆରପିଏସ୍‌ କମାଡାଣ୍ଟ ପଙ୍କଜ ଚୌଧୁରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri