ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଚଳପ୍ରଚଳ ଥିବା ନେଇ ପୋଲିସକୁ ସୂଚନା ମିଳିଥିଲା।
ପରେ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶ କ୍ରମେ ଜଙ୍ଗଲରେ ସିଆର୍‌ପିଏଫ୍‌ ଓ ଏସ୍‌ଓଜି ପକ୍ଷରୁ ମିଳିତ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ସୁରକ୍ଷାକର୍ମୀଙ୍କୁ ଦେଖି ଛତ୍ରଭଙ୍ଗ ଦେଇଥିଲେ ମାଓବାଦୀ। ହେଲେ ସୁରକ୍ଷାକର୍ମୀ ସେଠାରେ ଏକ ମାଓବାଦୀ କ୍ୟାମ୍ପ ଠାବ କରି ସେଠାରୁ ବିପୁଳ ପରିମାଣର ସାମଗ୍ରୀ ଜବତ କରିଥିଲେ। ଏହାସହ ଗୋଟିଏ ଲ୍ୟାଣ୍ଡମାଇନ୍‌କୁ ଘଟଣାସ୍ଥଳରେ ନଷ୍ଟ କରଯାଇଥିଲା। ବର୍ତ୍ତମାନ ମଧ୍ୟ ମନସ୍କା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଜାରି ରହିଛି। କ୍ୟାମ୍ପ ଠାବ ସମୟରେ ୫୮ଟି ଜୀବନ୍ତ ଗୁଳି, ନକ୍ସଲ ପୋଷାକ,୭୪ ଟି ଜିଲୋଟିନ,୧୦ ଟି ଡେଟୋନେଟର, ହେଣ୍ଡ ଗ୍ରେନେଟ, ବନ୍ଧୁକ ପାଉଡର, ସମେତ ବ୍ୟାନର ଜବତ କରାଯାଇଛି। ସେହିପରି ଜବତ ବ୍ୟାନରରେ ଟାପରେଙ୍ଗ ମାଓବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଆହ୍ବାନ ରହିଥିବା ବେଳେ ଖଣି ଖନନକୁ ବିରୋଧ ପାଇଁ ମଧ୍ୟ ପୋଷ୍ଟରରେ ଉଲ୍ଲେଖ ରହିଛି। ଏହି କ୍ୟାମ୍ପରେ ବଂଶଧାରା ଘୁମୁସର ନାଗାବଳୀ ଡିଭିଜନ କମିଟି ସଦସ୍ୟ ଓ କଳାହାଣ୍ଡି କନ୍ଧମାଳ ବୌଦ୍ଧ ନୟାଗଡ଼ ଡିଭିଜନାଲ ଟିମ୍‌ର ମାଓବାଦୀ ସଦସ୍ୟ ରହିଥିଲେ ବୋଲି ଜଣାପଡିଛି। ସେଠାରେ ସେମାନଙ୍କ ଏକ ବଡ଼ ଯୋଜନା ଚାଲିଥିବା ବେଳେ ସୁରକ୍ଷାକର୍ମୀଙ୍କୁ ଦେଖି ଅନ୍ଧାର ରାତିରେ ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଥିଲେ ବୋଲି କଳାହାଣ୍ଡି ଏସ୍‌ପି ସୂଚନା ଦେଇଛନ୍ତି। ଏନେଇ ଶନିବାର ଜିଲା ପୋଲିସ ପକ୍ଷରୁ ଭବାନୀପାଟଣା ରିଜର୍ଭଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ଖବରଦାତା ସମ୍ମିଳନୀରେ ଏସ୍‌ପି ଅଭିଳାଷ ଜୀ, ସିଆରପିଏସ୍‌ କମାଡାଣ୍ଟ ପଙ୍କଜ ଚୌଧୁରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri