ସକାଳୁ ସକାଳୁ ବ୍ଲକ ଉପାଧ୍ୟକ୍ଷଙ୍କ ଘରେ ଚଢ଼ାଉ, ସ୍ପେଶାଲ ସ୍କ୍ବାଡ୍‌ ନିଯୁକ୍ତ ହୋଇ…

କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍‌ ଗଠନ କରି ଆନନ୍ଦପୁର ଉପଖଣ୍ଡର ୧୧ଟି ସ୍ଥାନ ଏବଂ ଘଟଗାଁ ଅଞ୍ଚଳର ଗୋଟିଏ ସ୍ଥାନ ଏହିପରି ମୋଟ୍‌ ୧୨ଟି ସ୍ଥାନରେ ବାଲି ବ୍ୟବସାୟୀଙ୍କ ଘରେ ସୋମବାର ସକାଳୁ ସକାଳୁ ଚଢ଼ାଉ କରିଛି।

ଅତିରିକ୍ତ ଏସ୍‌ପି ସ୍ନେହାଶିଷ ସାହୁଙ୍କ ସୂଚନାନୁସାରେ, ୧୨ଟି ସ୍ଥାନରେ ବାଲି ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଥିବାବେଳେ ଅଦ୍ୟାବଧି ୮ ଜଣଙ୍କୁ ଅଟକ ରଖାଯାଇଛି। ହାଇଓ୍ବା ଏବଂ ଟ୍ରାକ୍ଟର ମିଶି ମୋଟ୍‌ ୩୦ଟି ଜବତ କରାଯାଇଥିବାବେଳେ ନଗଦ ୨୫ ଲକ୍ଷ ଟଙ୍କା ଏବଂ ବାଲି ଚାଲାଣ ସମ୍ବନ୍ଧୀୟ କାଗଜପତ୍ର ଜବତ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏପରି ଚଢ଼ାଉ କରାଯାଇଥିବାବେଳେ ଚଢ଼ାଉ ସରିବା ପରେ ଘଟଣାର ସମ୍ପୂର୍ଣ୍ଣ ତଥ୍ୟ ଲୋକଲୋଚନକୁ ଅଣାଯିବ। ହାଟଡିହୀ ବ୍ଲକ ଉପାଧ୍ୟକ୍ଷ ରତିକାନ୍ତ ରାଉତ, ପଞ୍ଚାନନ ଖଣ୍ଡାୟୀଙ୍କ ପୁଅ ଗୁରୁବ୍ରତ ଖଣ୍ଡାୟୀ,ରାଜାପ୍ରଭୁ ଦାସ, ସନ୍ତୋଷ ନାୟକ, ଯୋଗେନ୍ଦ୍ର ବେହେରା ପ୍ରମୁଖଙ୍କ ସମେତ ମୋଟ୍‌ ୧୨ ଜଣଙ୍କ ଘରେ ଚଢ଼ାଉ ଜାରିରହିଛି।

ଆନନ୍ଦପୁର ଡିଏସ୍‌ପି କମଳ କୁମାର ପଣ୍ଡା କହିଛନ୍ତି ଯେ, ଉପଖଣ୍ଡର ବିଭିନ୍ନ ଥାନାର ଅଧିକାରୀ ଏବଂ ଅନ୍ୟାନ୍ୟ ପୋଲିସ କର୍ମଚାରୀଙ୍କୁ ନେଇ ଏହି ଚଢ଼ାଉ କରାଯାଉଛି। ଅତିରିକ୍ତ ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଚଢ଼ାଉ ଜାରି ରହିଛି। ବାଲି ବ୍ୟବସାୟୀଙ୍କ ବିରୋଧରେ ଜିଲା ପୋଲିସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିବା ଅତିରିକ୍ତ ଏସ୍‌ପି କହିଛନ୍ତି।

ଅନ୍ୟପକ୍ଷରେ ଅବୈଧ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ଦୀର୍ଘଦିନ ଧରି ଅଭିଯୋଗ ଆସୁଥିବାବେଳେ ପୋଲିସର ଏହି ଆକ୍ସନ ପରେ ବାଲି ମାଫିଆଙ୍କ ମଧ୍ୟରେ ଛନକା ପଶିଥିବା  ଚର୍ଚ୍ଚା ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ଡିସେମ୍ବର ପର୍ଯ୍ୟନ୍ତ ଏହି ୩ ରାଶି ଉପରେ ରାହୁ-କେତୁଙ୍କ ନଜର, ହୋଇପାରେ ବଡ଼ କ୍ଷତି!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ବୋଲି ମନେ କରାଯାଏ। ଯଦିଓ ଏମାନଙ୍କୁ ଛାୟା ଗ୍ରହ କୁହାଯାଏ, ତଥାପି ଜାତକଙ୍କ ଜୀବନରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri