ଜୋର୍‌ଧରିଲା ଚଢ଼ାଉ, ଜରିମାନା

ଅନୁଗୋଳ ଅଫିସ, ୨୮।୯:  ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ଏବେ ଉପରମୁହଁା ରହିଛି। ବିଶେଷକରି ଅନୁଗୋଳ ସହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ପୌରପାଳିକା ପକ୍ଷରୁ କୋଭିଡ୍‌ କଟକଣାକୁ କଡ଼ାକଡ଼ି କରାଯାଇଛି। ସହରର ବ୍ୟବସାୟୀମାନଙ୍କ କରୋନା ଟେଷ୍ଟ ଜାରି ରହିଥିବା ବେଳେ ମାସ୍କ ନ ପିନ୍ଧି ବୁଲୁଥିବା ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ରବିବାର ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡାଙ୍କ ନେତୃତ୍ୱରେ ଗଢ଼ା ହୋଇଥିବା ଟିମ୍‌ ଏହି ଚଢ଼ାଉ କରିଥିଲେ। ସେହିପରି ଲକ୍ଷ୍ମୀ ବଜାରର ୯୮ ଜଣ ବ୍ୟବସାୟୀଙ୍କ ମଧ୍ୟରୁ ୮ଜଣଙ୍କ ସ୍ବାବ୍‌ ରିପୋର୍ଟ ପଜିଟିଭ୍‌ ରହିଛି। ଅନ୍ୟପକ୍ଷରେ ୧୫ ଦିନ ପାଇଁ ଚଟ୍‌ପଟା ବ୍ୟବସାୟ ଉପରେ କଟକଣା ଲଗାଯାଇଥିବାରୁ ଏହି ବ୍ୟବସାୟ କରି ଚଳୁଥିବା ଅତି ଗରିବ ବ୍ୟକ୍ତିଙ୍କୁ ପୌର ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ଯୋଗାଯିବାର ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି।
ଅନୁଗୋଳ ପୌରପାଳିକା ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ହୋମ୍‌ ଆଇସୋଲେଶନରେ ଅଧିକାଂଶ ବ୍ୟକ୍ତି ରହିଛନ୍ତି। କିନ୍ତୁ ସେମାନଙ୍କ ମଧ୍ୟରୁ ଅନେକ କୋଭିଡ୍‌ ନିୟମ ପାଳନ କରୁନାହାନ୍ତି। ଏପରି କି ଘରେ ଲଗାଯାଇଥିବା ଲାଲ୍‌ ଷ୍ଟିକରକୁ ମଧ୍ୟ କାଢ଼ି ପିଙ୍ଗି ଦେଉଛନ୍ତି। ଏପରି ଅଭିଯୋଗ ଆସିବା ପରେ ପୌରପାଳିକା ପକ୍ଷରୁ ପଦକ୍ଷେପ ନିଆଯାଇଛି। ୨୩ ଜଣ ୱାର୍ଡ ଅଫିସରଙ୍କୁ ନିଜ ନିଜ ୱାର୍ଡ ଜଗିବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ବ୍ୟତିକ୍ରମ ହେଲେ ସମ୍ପୃକ୍ତ ୱାର୍ଡ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାହୀ ଅଧିକାରୀ ପଣ୍ଡା କହିଛନ୍ତି। ସେହିପରି ପୌରପାଳିକା ଅଞ୍ଚଳରୁ ବାହାରିଥିବା ସଂକ୍ରମିତଙ୍କୁ ୨୪ଟି କିଟ୍‌ ପ୍ରଦାନ କରାଯାଇଛି। ବିଭିନ୍ନ ବ୍ୟବସାୟୀଙ୍କୁ ମଧ୍ୟ କରୋନା ପରୀକ୍ଷା କରିବାକୁ କୁହାଯାଇଛି। ୯୮ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିବାବେଳେ ଆଗକୁ ଏହା ଉପରେ ଜୋର୍‌ ଦିଆଯିବ। ସେହିପରି କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ମାଫ୍‌ କରାଯିବ ନାହିଁ। ରବିବାର ଚଢ଼ାଉ ସମୟରେ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ୫,୫୦୦ ଟଙ୍କା ଜରିମାନା ବାବଦକୁ ଆଦାୟ କରାଯାଇଛି। ପ୍ରଶାସନର ନିର୍ଦ୍ଦେଶନାମାକୁ ବେଖାତିର କରିଥିବାରୁ ୩ଟି ଦୋକାନକୁ ସିଲ୍‌ କରାଯାଇ ୩,୫୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ପୌରପାଳିକା ପକ୍ଷରୁ ହୋଇଥିବା ଚଢ଼ାଉରେ ନିର୍ବାହୀ ଅଧିକାରୀଙ୍କ ସହ ଟ୍ୟାକ୍ସ ବିଭାଗ ମୁଖ୍ୟ ବିଭୂତି ଭୂଷଣ ମହାରଣା, ଜ୍ୟୋତିରଞ୍ଜନ ପଟ୍ଟନାୟକ, ନିର୍ମଳ ବେହେରା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri