ଗୋଟିଏ ଦିନରେ ୪୮ ଜୁଆ ଆଡ୍ଡାରେ ଚଢ଼ାଉ: ୨୮୭ ଜୁଆଡ଼ି ଗିରଫ, ୯ ଲକ୍ଷ ଟଙ୍କା ଜବତ

ଛତ୍ରପୁର,୨୫।୧୦(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପାର୍ବଣ ଋତୁରେ ଗଞ୍ଜାମ ଜିଲାରେ ଜୁଆ ଖେଳ ଉପରେ ପୋଲିସର ଚଢ଼ାଉ ଅଭିଯାନ ଜାରି ହୋଇଛି। ଗତ ୫ ଦିନ ମଧ୍ୟରେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୫୪ ଜୁଆଆଡ୍ଡା ଉପରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ୮୮୦ ଜୁଆଡ଼ିଙ୍କୁ ଗିରଫ କରାଯାଇଥିବା ବେଳେ ପ୍ରାୟ ୨୫ ଲକ୍ଷ ୨୨ ହଜାର ୨୯୧ ଟଙ୍କା ନଗଦ, ୨୦୬ଟି ମୋବାଇଲ ଫୋନ, ୩୨ଟି ଗାଡ଼ି ସହ ବହୁ ପରିମାଣରେ ତାସ ଜବତ କରାଯାଇଛି।

ଅକ୍ଟୋବର ୨୪ରେ ଗୋଟିଏ ଦିନରେ ବିଭିନ୍ନ ଥାନା ଅଞ୍ଚଳରେ ୪୮ଟି ଜୁଆ ଆଡ୍ଡାରେ ଚଢ଼ାଉ କରାଯାଇଥିଲା। ଏଥିରେ ୨୮୭ଜଣ ଜୁଆଡ଼ି ଗିରଫ ହୋଇଥିବା ବେଳେ ୯ ଲକ୍ଷ ଟଙ୍କା ନଗଦ ସହ ୬୪ଟି ମୋବାଇଲ ଫୋନ ଓ ୭ଟି ଗାଡ଼ି ଜବତ ହୋଇଥିଲା। ଗିରଫ ସମସ୍ତଙ୍କ ଉପରେ ଆଇନ ଅନୁଯାୟୀ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଏସ୍‌ପି କହିଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ବିଶେଷ କରି ପୋଲସରା ଥାନା ପକ୍ଷରୁ ୭ଟି ମାମଲାରେ ୪୩ ଜଣ ଗିରଫ ହୋଇଥିବା ବେଳେ ୩ ଲକ୍ଷ ୧୪ ହଜାର ୪୦୦ ଟଙ୍କା ଓ ୧୨ଟି ମୋବାଇଲ ଫୋନ ଜବତ କରାଯାଇଛି।

ସେହପରି ଭଞ୍ଜନଗର ଥାନା ପକ୍ଷରୁ ଗୋଟିଏ ମାମଲାରେ ୯ ଜଣଙ୍କୁ ଗିରଫ କରାଯାଇ ୨୯ ହଜାର ୧୬୦ ଟଙ୍କା ଜବତ କରାଯିବା ସହ ୯ଟି ମୋବାଇଲ ଫୋନ ଏବଂ ଗୋଟିଏ ଗାଡ଼ି ଜବଡ ହୋଇଛି। ସେହିପରି ପୁରୁଷୋତ୍ତମପୁର ଥାନା ପକ୍ଷରୁ ଗୋଟିଏ ମାମଲାରେ ୧୧ଜଣଙ୍କୁ ଗିରଫ କରି ୭୭ ହଜାର ୮୨୦ ଟଙ୍କା ଜବତ କରାଯାଇଛି। ପାର୍ବଣ ସମୟରେ ଜୁଆ ଖେଳ ସମେତ ବିଭିନ୍ନ ବେଆଇନ କାର୍ଯ୍ୟକଳାପ ଉପରେ ପୋଲିସର କଡ଼ା ନଜର ରହିଛି ବୋଲି ଗଞ୍ଜାମ ଏସ୍‌ପି ହରିଶ ବି.ସି. କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ସମ୍ଭାବ୍ୟ ବାତ୍ୟାକୁ ନେଇ ଗୁଡାରି ପ୍ରଶାସନ ସଜାଗ, ଗର୍ଭବତୀଙ୍କ ସୁରକ୍ଷା ଉପରେ ଫୋକସ୍‌

ଗୁଡାରି,୨୫ା୧୦(ପ୍ରମୋଦ କୁମାର ପତି ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗୁଡାରି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଏବଂ ସଜାଗ ଥିବା ବିଡ଼ିଓ ଶୁଚିସ୍ମିତା ବେହେରା…

କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ବଟେଶ୍ୱର ରାସ୍ତା ନିର୍ମାଣ ଦାବି ତେଜିଲା

ଗଞ୍ଜାମ,୨୫ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ବଟେଶ୍ୱର ପୀଠକୁ ହୁମାଠାରୁ ସଂଯୋଗ ରାସ୍ତା ଶୋଚନୀୟ ଅବସ୍ଥା ହୋଇପଡିଛି। କିଛି ଦିନ ପରେ…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

ଦୁର୍ଘଟଣାକୁ ନେଇ ତେଜିଲା ଅସନ୍ତୋଷ, କ୍ରସରରେ ତାଲା ପକାଇଲେ ଗ୍ରାମବାସୀ

ବଲାଙ୍ଗୀର,୨୫।୧୦(ସୁନିଲ କୁମାର ମହାନ୍ତି): ଏକ ଦୁର୍ଘଟଣାକୁ କେନ୍ଦ୍ର କରି ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ କ୍ରସରରେ ତାଲା ପକାଇଲେ ଆନ୍ଦୋଳନ କରିଛନ୍ତି। ଏହି ଘଟଣା ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ତତ୍ପର ଗଞ୍ଜାମ ପ୍ରଶାସନ, ଭଞ୍ଜନଗରରେ ଉପଜିଲାପାଳଙ୍କ ସମୀକ୍ଷା

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ) : ଆସନ୍ତା ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବା ନେଇ ଆଶଙ୍କା କରାଯାଇଛି । ଏହାକୁ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?