Posted inଜାତୀୟ

ପୂର୍ବତନ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି, ମାସିକ ଦରମା ୧୫,୦୦୦ ଟଙ୍କା

ଭୁବନେଶ୍ୱର,୧।୮: ସାଧାରଣ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି। ମାସକୁ ୧୫,୦୦୦ ଟଙ୍କା ଦରମା ପାଉଥିବା କିରାଣିଙ୍କ ଏତେ ସମ୍ପତ୍ତି କେମିତି ହେଲା ତାହାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କର୍ଣ୍ଣାଟକର କୋପ୍ପାଲ ଜିଲାରେ କର୍ଣ୍ଣାଟକ ଗ୍ରାମୀଣ ଭିତ୍ତିଭୂମି ଉନ୍ନୟନ ଲିମିଟେଡ (KRIDL)ର ପୂର୍ବତନ କିରାଣି କାଲାକପ୍ପା ନିଦାଗୁଣ୍ଡିଙ୍କ ନାମରେ ଲୋକାୟୁକ୍ତ ଛାପାରେ ୩୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଠାବ ହୋଇଛି।

ମାସିକ ୧୫,୦୦୦ ଟଙ୍କା ଦରମାରେ ଦିନ ମଜୁରିଆ ଭାବେ କାମ କରୁଥିବା ନିଦାଗୁଣ୍ଡିଙ୍କ ନାମରେ ୨୪ଟି ଆବାସିକ ଘର, ୪ଟି ଜମି ପ୍ଲଟ, ୪୦ ଏକର କୃଷି ଜମି, ୩୫୦ ଗ୍ରାମ ସୁନା ଅଳଙ୍କାର, ୧.୫ କିଲୋଗ୍ରାମ ରୁପା ଅଳଙ୍କାର ଏବଂ ୪ଟି ଯାନ (ଦୁଇଟି କାର ଓ ଦୁଇଟି ଦୁଇଚକିଆ) ଜବତ ହୋଇଛି।

ନିଦାଗୁଣ୍ଡି ଓ ପୂର୍ବତନ KRIDL ଇଞ୍ଜିନିୟର ଜେଡଏମ ଚିଞ୍ଚୋଲକରଙ୍କ ବିରୋଧରେ ୯୬ଟି ଅସମ୍ପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଜାଲ ଦସ୍ତାବିଜ ଓ ନକଲି ବିଲ ତିଆରି କରି ୭୨ କୋଟି ଟଙ୍କାରୁ ଅଧିକ ଅର୍ଥ ଆତ୍ମସାତ ଅଭିଯୋଗ ହୋଇଛି। ଲୋକାୟୁକ୍ତଙ୍କୁ ଅଭିଯୋଗ ପରେ କୋର୍ଟ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ ହୋଇଥିଲା।

କୋପ୍ପାଲ ବିଧାୟକ କେ. ରାଘବେନ୍ଦ୍ର ହିତନାଲ କହିଛନ୍ତି, ସରକାର ଏହି ମାମଲାକୁ ଗୁରୁତ୍ୱ ସହ ନେଇଛନ୍ତି ଏବଂ ବିସ୍ତୃତ ତଦନ୍ତ ପରେ ଉଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍‌ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

ଗାନ୍ଧୀ ବିଭାଜନକାରୀ

ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri