Posted inଜାତୀୟ

ପୂର୍ବତନ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି, ମାସିକ ଦରମା ୧୫,୦୦୦ ଟଙ୍କା

ଭୁବନେଶ୍ୱର,୧।୮: ସାଧାରଣ କିରାଣିଙ୍କ ୩୦ କୋଟିରୁ ଅଧିକ ସମ୍ପତ୍ତି। ମାସକୁ ୧୫,୦୦୦ ଟଙ୍କା ଦରମା ପାଉଥିବା କିରାଣିଙ୍କ ଏତେ ସମ୍ପତ୍ତି କେମିତି ହେଲା ତାହାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କର୍ଣ୍ଣାଟକର କୋପ୍ପାଲ ଜିଲାରେ କର୍ଣ୍ଣାଟକ ଗ୍ରାମୀଣ ଭିତ୍ତିଭୂମି ଉନ୍ନୟନ ଲିମିଟେଡ (KRIDL)ର ପୂର୍ବତନ କିରାଣି କାଲାକପ୍ପା ନିଦାଗୁଣ୍ଡିଙ୍କ ନାମରେ ଲୋକାୟୁକ୍ତ ଛାପାରେ ୩୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଠାବ ହୋଇଛି।

ମାସିକ ୧୫,୦୦୦ ଟଙ୍କା ଦରମାରେ ଦିନ ମଜୁରିଆ ଭାବେ କାମ କରୁଥିବା ନିଦାଗୁଣ୍ଡିଙ୍କ ନାମରେ ୨୪ଟି ଆବାସିକ ଘର, ୪ଟି ଜମି ପ୍ଲଟ, ୪୦ ଏକର କୃଷି ଜମି, ୩୫୦ ଗ୍ରାମ ସୁନା ଅଳଙ୍କାର, ୧.୫ କିଲୋଗ୍ରାମ ରୁପା ଅଳଙ୍କାର ଏବଂ ୪ଟି ଯାନ (ଦୁଇଟି କାର ଓ ଦୁଇଟି ଦୁଇଚକିଆ) ଜବତ ହୋଇଛି।

ନିଦାଗୁଣ୍ଡି ଓ ପୂର୍ବତନ KRIDL ଇଞ୍ଜିନିୟର ଜେଡଏମ ଚିଞ୍ଚୋଲକରଙ୍କ ବିରୋଧରେ ୯୬ଟି ଅସମ୍ପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପ ପାଇଁ ଜାଲ ଦସ୍ତାବିଜ ଓ ନକଲି ବିଲ ତିଆରି କରି ୭୨ କୋଟି ଟଙ୍କାରୁ ଅଧିକ ଅର୍ଥ ଆତ୍ମସାତ ଅଭିଯୋଗ ହୋଇଛି। ଲୋକାୟୁକ୍ତଙ୍କୁ ଅଭିଯୋଗ ପରେ କୋର୍ଟ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ ହୋଇଥିଲା।

କୋପ୍ପାଲ ବିଧାୟକ କେ. ରାଘବେନ୍ଦ୍ର ହିତନାଲ କହିଛନ୍ତି, ସରକାର ଏହି ମାମଲାକୁ ଗୁରୁତ୍ୱ ସହ ନେଇଛନ୍ତି ଏବଂ ବିସ୍ତୃତ ତଦନ୍ତ ପରେ ଉଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri