ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ରାୟଗଡ଼ା ଚାଷୀ

ରାୟଗଡ଼ା,୧ା୧୨(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କାର୍ଯ୍ୟାଳୟଠାରେ କେନ୍ଦ୍ର ସରକାରଙ୍କ ଆମ ସଙ୍କଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ଗୁରୁବାର ହାଲୁଆରେ ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ସରକାରଙ୍କ ଯୋଜନାର ଲାଭାର୍ଥୀ ହୋଇଥିବା ରାୟଗଡ଼ାର ଜଣେ ଚାଷୀ ପୂର୍ଣ୍ଣଚନ୍ଦ୍ର ବେନିଆଙ୍କ ସମେତ ଅନେକ ହିତାଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କଥା ହୋଇଛନ୍ତି। ଏହି ଅବସରରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ତାଙ୍କର ମତ ପଚାରିଥିଲେ। ଏ ସମ୍ପର୍କରେ ହାଲୁଆ ଗ୍ରାମର ପୂର୍ଣ୍ଣଚନ୍ଦ୍ର ଭାରତ ସରକାରଙ୍କର ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ପିଏମ୍‌ କିଷାନ, ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଉପକୃତ ହୋଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦେଶର ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ ସେ ଖୁବ୍‌ ଖୁସି ଥିବା କହିଛନ୍ତି। ୨୦୪୭ ସୁଦ୍ଧା ଦେଶକୁ କିଭଳି ବିକଶିତ ଭାରତ ଭାବେ ଗଠନ କରାଯିବ ସେଥିପାଇଁ ସଂକଳ୍ପ ନେବାକୁ ସମସ୍ତ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ବିଭିନ୍ନ ଗାଁ ଲୋକେ ସାମିଲ ହୋଇଥିଲେ। ଲୋକଙ୍କ ପାଇଁ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ବିଭିନ୍ନ ବିଭାଗର ଷ୍ଟଲ୍‌, ସ୍ବାସ୍ଥ୍ୟ ଶିବିର ଓ ସଚେତନତା ଶିବିର ଖୋଲାଯାଇଥିଲା। ଦୁଇଟି ରଥ ମାଧ୍ୟମରେ କେନ୍ଦ୍ର ସରକାରଙ୍କ ଯୋଜନା ପ୍ରଦର୍ଶନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କହଁର, ବିଡିଓ ଅମୂଲ୍ୟ ଚନ୍ଦ୍ର ସାହୁ, ଏବିଡିଓ କାଳୁଚରଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri