Posted inଜାତୀୟ

ରାୟଗଡ଼ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ କଥା ହେଲେ ଶାହା, ଏବେ ପର୍ଯ୍ୟନ୍ତ ୧୩ ମୃତ, ଦବି ହୋଇ ରହିଛନ୍ତି ୧୦୦ରୁ ଊର୍ଦ୍ଧ୍ୱ

ମୁମ୍ବାଇ,୨୦।୭: ମହାରାଷ୍ଟ୍ର ରାୟଗଡ଼ ଜିଲାର ଏକ ଗାଁରେ ଭୂସ୍ଖଳନ ଯୋଗୁ ବଡ ଧରଣର ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ପୋତି ହୋଇ ପଡିଥିବା ଅନୁମାନ କରାଯାଉଛି। ଏବେ ପର୍ଯ୍ୟନ୍ତ ୭୦ ଜଣଙ୍କୁ ଉଦ୍ଧାର କରାଗଲାଣି। ଘଟଣାର ସୂଚନା ପାଇବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ ଉଦ୍ଧାର କାର୍ଯ୍ୟ ଉପରେ ନଜର ପକାଇଥିଲେ। ଏହି ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବି ଶିନ୍ଦେଙ୍କ ସହ କଥା ହୋଇଛନ୍ତି। ଏହାକୁ ନେଇ ଶାହା ଟୁଇଟ କରି ଜଣାଇଛନ୍ତି କି ଏନଡିଆରଏଫ ଟିମ ରେସକ୍ୟୁ ଅପରେଶନରେ ଲାଗି ପଡିଛନ୍ତି।

ରାୟଗଡରେ ହୋଇଥିବା ଭୂସ୍ଖଳନ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପହଞ୍ଚି ସେଠାରେ ଉକ୍ତ ସ୍ଥାନ ଉପରେ ନଜର ରଖିବା ସହ ରିଲିଫ କାର୍ଯ୍ୟର ତଦାରଖ କରିଥିଲେ। ଏଠାରୁ ଉଦ୍ଧାର ହୋଇଥିବା ଲୋକଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଘଟଣାସ୍ଥଳରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସେ ପୀଡିତଙ୍କ ଘର ପରିଦର୍ଶନ କରି ପରିବାରକୁ ସାନ୍ତ୍ୱନା ମଧ୍ୟ ଦେଇଥିଲେ।

ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ସୋସିଆଲ ମିଡିଆରେ ଏକନାଥ ଶିନ୍ଦେଙ୍କ ଗସ୍ତ ବିଷୟରେ ସୂଚନା ଦେଇଛନ୍ତି, ଯଦିଓ ସେ ନିଜେ ଘଟଣାସ୍ଥଳରେ ପହଞ୍ଚି ପାରିନଥିଲେ। ଏହା ବ୍ୟତୀତ ଦ୍ୱିତୀୟ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ନ ଥିଲେ, ଦୁହେଁ ସୋସିଆଲ ମିଡିଆରେ ଏହି ଘଟଣା ପାଇଁ ଦୁଃଖ ପ୍ରକାଶ କରିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି, ଯେଉଁଥିରେ ସେ ଘଟଣାସ୍ଥଳରେ ନଜର ଆସିଛନ୍ତି। ଏହି ସମୟରେ ଲୋକମାନେ ସେମାନଙ୍କୁ ଘଟଣା ବିଷୟରେ ସୂଚନା ଦେଉଥିବାର ମଧ୍ୟ ଦେଖାଯାଇଛି।
ସୂଚନାଯୋଗ୍ୟ, ରାୟଗଡରେ ଭୂସ୍ଖଳନରେ ୩୦ ରୁ ଅଧିକ ପରିବାର ଫସି ରହିଥିବାର ଭୟ ରହିଛି। ଏହି ଦୁର୍ଘଟଣା ରାୟଗଡ଼ର ଖାଲାପୁର ତହସିଲର ଇରଶାଲୱାଡି ଗ୍ରାମରେ ଘଟିଛି ଯେଉଁଥିରେ ପ୍ରାୟ ୧୦୦ରୁ ଅଧିକ ଲୋକ ଫସି ରହିଛନ୍ତି। ଯେଉଁଠାରେ ଦୁର୍ଘଟଣା ଘଟିଥିଲା ସେହି ସ୍ଥାନଟି ମୋର୍ବି ଡ୍ୟାମଠାରୁ ୬କିଲୋମିଟର ଦୂରରେ ଅବସ୍ଥିତ। ଏହି ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏପର୍ଯ୍ୟନ୍ତ ୧୩ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ୍ରାହତ ୩ ଜଣଙ୍କୁ ଚିକିତ୍ସା ଲଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏଥି ସହ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଘଟଣା ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri