Posted inଜାତୀୟ

ରାୟଗଡ଼ ଭୂସ୍ଖଳନକୁ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସହ କଥା ହେଲେ ଶାହା, ଏବେ ପର୍ଯ୍ୟନ୍ତ ୧୩ ମୃତ, ଦବି ହୋଇ ରହିଛନ୍ତି ୧୦୦ରୁ ଊର୍ଦ୍ଧ୍ୱ

ମୁମ୍ବାଇ,୨୦।୭: ମହାରାଷ୍ଟ୍ର ରାୟଗଡ଼ ଜିଲାର ଏକ ଗାଁରେ ଭୂସ୍ଖଳନ ଯୋଗୁ ବଡ ଧରଣର ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ପୋତି ହୋଇ ପଡିଥିବା ଅନୁମାନ କରାଯାଉଛି। ଏବେ ପର୍ଯ୍ୟନ୍ତ ୭୦ ଜଣଙ୍କୁ ଉଦ୍ଧାର କରାଗଲାଣି। ଘଟଣାର ସୂଚନା ପାଇବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ଓ ଉଦ୍ଧାର କାର୍ଯ୍ୟ ଉପରେ ନଜର ପକାଇଥିଲେ। ଏହି ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବି ଶିନ୍ଦେଙ୍କ ସହ କଥା ହୋଇଛନ୍ତି। ଏହାକୁ ନେଇ ଶାହା ଟୁଇଟ କରି ଜଣାଇଛନ୍ତି କି ଏନଡିଆରଏଫ ଟିମ ରେସକ୍ୟୁ ଅପରେଶନରେ ଲାଗି ପଡିଛନ୍ତି।

ରାୟଗଡରେ ହୋଇଥିବା ଭୂସ୍ଖଳନ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପହଞ୍ଚି ସେଠାରେ ଉକ୍ତ ସ୍ଥାନ ଉପରେ ନଜର ରଖିବା ସହ ରିଲିଫ କାର୍ଯ୍ୟର ତଦାରଖ କରିଥିଲେ। ଏଠାରୁ ଉଦ୍ଧାର ହୋଇଥିବା ଲୋକଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଘଟଣାସ୍ଥଳରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସେ ପୀଡିତଙ୍କ ଘର ପରିଦର୍ଶନ କରି ପରିବାରକୁ ସାନ୍ତ୍ୱନା ମଧ୍ୟ ଦେଇଥିଲେ।

ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ସୋସିଆଲ ମିଡିଆରେ ଏକନାଥ ଶିନ୍ଦେଙ୍କ ଗସ୍ତ ବିଷୟରେ ସୂଚନା ଦେଇଛନ୍ତି, ଯଦିଓ ସେ ନିଜେ ଘଟଣାସ୍ଥଳରେ ପହଞ୍ଚି ପାରିନଥିଲେ। ଏହା ବ୍ୟତୀତ ଦ୍ୱିତୀୟ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ନ ଥିଲେ, ଦୁହେଁ ସୋସିଆଲ ମିଡିଆରେ ଏହି ଘଟଣା ପାଇଁ ଦୁଃଖ ପ୍ରକାଶ କରିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ସେୟାର କରିଛନ୍ତି, ଯେଉଁଥିରେ ସେ ଘଟଣାସ୍ଥଳରେ ନଜର ଆସିଛନ୍ତି। ଏହି ସମୟରେ ଲୋକମାନେ ସେମାନଙ୍କୁ ଘଟଣା ବିଷୟରେ ସୂଚନା ଦେଉଥିବାର ମଧ୍ୟ ଦେଖାଯାଇଛି।
ସୂଚନାଯୋଗ୍ୟ, ରାୟଗଡରେ ଭୂସ୍ଖଳନରେ ୩୦ ରୁ ଅଧିକ ପରିବାର ଫସି ରହିଥିବାର ଭୟ ରହିଛି। ଏହି ଦୁର୍ଘଟଣା ରାୟଗଡ଼ର ଖାଲାପୁର ତହସିଲର ଇରଶାଲୱାଡି ଗ୍ରାମରେ ଘଟିଛି ଯେଉଁଥିରେ ପ୍ରାୟ ୧୦୦ରୁ ଅଧିକ ଲୋକ ଫସି ରହିଛନ୍ତି। ଯେଉଁଠାରେ ଦୁର୍ଘଟଣା ଘଟିଥିଲା ସେହି ସ୍ଥାନଟି ମୋର୍ବି ଡ୍ୟାମଠାରୁ ୬କିଲୋମିଟର ଦୂରରେ ଅବସ୍ଥିତ। ଏହି ଦୁର୍ଘଟଣାରେ ଅନେକ ଲୋକଙ୍କର ମୃତ୍ୟୁ ହେବାର ଆଶଙ୍କା ରହିଛି। ଏପର୍ଯ୍ୟନ୍ତ ୧୩ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ୍ରାହତ ୩ ଜଣଙ୍କୁ ଚିକିତ୍ସା ଲଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏଥି ସହ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଶାହା ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଘଟଣା ଉପରେ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?