ରାଇକିଆ-ଦାରିଙ୍ଗିବାଡ଼ି ଯୋଗାଯୋଗ ବିଚ୍ଛିନ୍ନ

ରାଇକିଆ,୧୭।୮(ଡି.ଏନ.ଏ): ଗତ ୩ ଦିନ ଲଗାଣ ବର୍ଷାରେ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡବାଡି ପଞ୍ଚାୟତ ମୁରୁଡି କୁପୁଡାଠାରେ ରାଇକିଆ – ଦାରିଙ୍ଗିବାଡିକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ବାଡାବାଙ୍ଗା, ସିମନବାଡି, ଦାରୀଙ୍ଗିବାଡି, ବ୍ରାହ୍ମଣୀଗାଁ ଅଞ୍ଚଳକୁ ଯାତାୟାତ ସମ୍ପୂର୍ଣ ବନ୍ଦ ରହିଛି । ରାଇକିଆ ସହର ଉପରେ ନିର୍ଭର କରୁଥିବା ୧୦ରୁ ଊଦ୍ଧର୍‌ବ ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଏହିସବୁ ଗ୍ରାମବାସୀଙ୍କ ଜୀବନ ଜୀବିକା ମଧ୍ୟ ପ୍ରଭାବିତ ହୋଇଛି। ପରିସ୍ଥିତି ଏପରି ଉପୁଜିଛି ଅଟୋ, ବାଇକ୍‌ ମଧ୍ୟ ଚଳାଚଳ ପାଇଁ କୌଣସି ବିକଳ୍ପ ନାହିଁ। ଏହି ରାସ୍ତାରେ ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ ଦାରିଙ୍ଗିବାଡ଼ି ଚଳ ପ୍ରଚଳ ରହୁଥିବା ବେଳେ ତାହା ମଧ୍ୟ ପ୍ରଭାବିତ ହୋଇଛ। ଅତି ଜରୁରୀ କାର୍ଯ୍ୟରେ ଲୋକେ ଜୀବନକୁ ବିପଦରେ ପକାଇ ପାଣିରେ ପଶି ଯାତାୟାତ କରୁଛନ୍ତି। ଏ ନେଇ ପୂର୍ତ୍ତ ବିଭାଗ ଯନ୍ତ୍ରୀ କେଦାର ନାୟକ କହିଛନ୍ତି, ଦୁଇ ଦିନ ହେଲା ରିଷ୍ଟୋରେଶନ ପାଇଁ ଉଦ୍ୟମ ଆରମ୍ଭ କରାଯାଇଥିଲେ ମଧ୍ୟ ଜଳ ସ୍ରୋତ ଅଧିକା ଥିବାରୁ କାମ କରିବା ସମ୍ଭବପର ହୋଇପାରୁନାହିଁ । ପାଣି କମିଲେ ତୁରନ୍ତ କାର୍ଯ୍ୟକ୍ଷମ କରାଯିବ । ଅନ୍ୟ ପକ୍ଷରେ ଚାରିବର୍ଷ ହେଲା ଏହି ପୋଲ ଧୋଇ ଯାଇଥିଲେ ମଧ୍ୟ ଏହାର ସ୍ଥାୟୀ ପ୍ରତିକାର କରାଯାଉନଥିବାରୁ ପ୍ରତ୍ୟେକ ବର୍ଷା ଦିନେ ଏହିପରି ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri