ରାଇକିଆର ସାମଗ୍ରିକ ବିକାଶ ମୂଳ ଲକ୍ଷ୍ୟ: ଅନୁଦାନ ଘୋଷଣା କଲେ ବିଧାୟକ

ରାଇକିଆ,୨୮।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚର ବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଅତିଥି ଭାବେ ଜି ଉଦୟଗିରି ବିଧାୟକ ପ୍ରଫୁଲ୍ଲ ପ୍ରଧାନ ଯୋଗଦେଇ ରାଇକିଆ ଅଞ୍ଚଳର ବିକାଶରେ ନାଗରିକ ମଞ୍ଚର ଭୂମିକା ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ ହେବା ସହ ବିଭିନ୍ନ ବର୍ଗର ଲୋକଙ୍କୁ ନେଇ ୧୨ ବର୍ଷ ହେଲା ଗୋଟିଏ ମଞ୍ଚ ରେ ଏକାଠି କରି ପାରିଥିବା ଏହି ଅନୁଷ୍ଠାନର ଉତ୍ତରୋତ୍ତର କାମନା କରିଥିଲେ। ଏଥି ସହ ନାଗରିକ ମଞ୍ଚ କାର୍ଯ୍ୟଳୟ ପରିସରରେ ପାଚେରୀ ନିର୍ମାଣ ପାଇଁ ତିନି ଲକ୍ଷ ଟଙ୍କାର ଅନୁଦାନ ମଧ୍ୟ ଘୋଷଣା କରିଥିଲେ।
ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଏମପି ପ୍ରତିନିଧି ସନ୍ତୋଷ ଲେଙ୍କା, ସୁଗଡବାଡି ସରପଞ୍ଚ ସୂରଞ୍ଜନ ପ୍ରଧାନ, ବେରେଡ଼ାକିଆ ସରପଞ୍ଚ ଅକ୍ଷୟ ପ୍ରଧାନ, ଭାସ୍କର ପ୍ରଧାନ , ବିଜୟ ପଣ୍ଡା ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଦ୍ୱିତୀୟ ପର୍ଯ୍ୟାୟରେ ନାଗରିକ ମଞ୍ଚର ଆଗାମୀ ତିନି ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା। ସର୍ବସମ୍ମତି କ୍ରମେ ସଭାପତି ଭାବେ ଦୁର୍ଯୋଧନ ଲେଙ୍କା, ଉପସଭାପତି ଭାବେ ସାମୱାଦିକ ପ୍ରଦୀପ ବେହେରା, ଆଦିତ୍ୟ ପ୍ରସାଦ ପାଢ଼ୀ, ସମ୍ପାଦକ ଭାବେ ମାନେଶ୍ୱର ଦିଗାଲ, ଯୁଗ୍ମ ସମ୍ପାଦକ ଦୂତି କୃଷ୍ଣ ପଣ୍ଡା, ସହ ସମ୍ପାଦକ ଯୋଗେଶ୍ୱର ପାତ୍ର, କୋଷାଧ୍ୟକ୍ଷ ଭାବେ ବିଭୂଦତ୍ତ ବେହେରାଙ୍କୁ ମନୋନୀତ କରାଯାଇଥିଲା । ଉପଦେଷ୍ଟା ଭାବେ ନଳୀନ କାନ୍ତ ନାୟକ, ପ୍ରକାଶ ନାୟକ, ଶ୍ରୀବତ୍ସ ନାୟକ, ଆଇନ ପରାମର୍ଶ ଦାତା ଭାବେ ଆଡଭୋକେଟ ଚନ୍ଦ୍ରକାନ୍ତ ନାୟକ, ପ୍ରଦୀପ ପ୍ରଧାନ ଙ୍କୁ ଚୟନ କରାଯାଇଥିଲା। ନୂତନ ସଭାପତି ମଞ୍ଚର କାର୍ଯ୍ୟପନ୍ଥାକୁ ଆଗକୁ ବଢ଼ାଇବାରେ ସମ ଙ୍କ ସହଯୋଗ କାମନା କରିଥିଲେ । କାର୍ଯ୍ୟକ୍ରମ ଶେଷରେ ପ୍ରଦୀପ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri