ରାଇକିଆ ରଥ ଯାତ୍ରା, ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଜନସମାଗମ

ରାଇକିଆ,୨୭।୬( ପ୍ରଦିପ  ବେହେରା): କନ୍ଧମାଳ ଜଲା ରାଇକିଆୟର ପ୍ରସିଦ୍ଧ ରଥଯାତ୍ରା ସମ୍ପନ୍ନ ହୋଇଯାଇଛି । ସକାଳୁ ଅଖଣ୍ଡ ଦୀପ ପ୍ରଜ୍ବଳନ ସହ ବିଡିଓ ସବ୍ୟସାଚୀ ସାହୁ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପାଦନ କରିଥିଲେ । ମଧ୍ୟାହ୍ନରେ ରଥ ସଂସ୍କାର କାର୍ଯ୍ୟ  ଅନୁଷ୍ଠିତ ହୋଇଥିଲା। ଅପରାହ୍ନ ତିନିଟା ବେଳେ ପହଣ୍ଡି ବିଜେ ଅନୁଷ୍ଠିତ ହୋଇଥିଲା ।
ଅନୁକୂଳ ପାଗ ଯୋଗୁ ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭିଡ଼ ଜମାଇଥିଲେ। ତିନି  ଠାକୁରଙ୍କ ନୀତିକାନ୍ତି ସରିବା ପରେ ପହଣ୍ଡି ପାଇଁ ସେବକମାନେ ପ୍ରସ୍ତୁତ କରିଥିଲେ। ବିଡିଓ ଙ୍କ ଦ୍ବାରା ଛେରା ପହଁରା କରାଯିବା ପରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହୋଇଥିଲା । ମନ୍ଦିର ପରିଚାଳନା କମିଟିର ସଦସ୍ୟମାନେଉପସ୍ଥିତ ରହି ସମସ୍ତ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ।   ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ  ପୋଲିସ ବିଭାଗ ତରଫରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା ।  ଅପରାହ୍ନ ସାଢ଼େ ପାଞ୍ଚ ଟାରେ ରଥଟଣା ଆରମ୍ଭ ହୋଇ ସାଢ଼େ ଛଅଟା ବେଳେ ରଥ ମାଉସୀ ମା ’ମନ୍ଦିର ରେ ପହଞ୍ଚିଥିଲା । ଜଗନ୍ନାଥ ପୂଜା କମିଟି ସଭାପତି ସତ୍ୟବାନ ପାତ୍ର ଏବଂ ସମ୍ପାଦକ ବାଇନାଥ ଦାସଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଭଗବାନ ପାତ୍ର ଏବଂ ଗଦାଧର ମହାରଣା ଧାରା ବିବରଣୀ ପ୍ରଦାନ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri