ପଣ୍ୟ ପରିବହନରେ ରେଳପଥର ରିହାତି ଘୋଷଣା

ଭୁବନେଶ୍ୱର,୧୦।୭ (ବ୍ୟୁରୋ): ପଣ୍ୟ ପରିବହନ କ୍ଷେତ୍ରରେ ପ୍ରୋତ୍ସାହନ ଦେବାକୁ ଭାରତୀୟ ରେଳପଥ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ସ୍ବଳ୍ପ ଓ ଅଧିକ ଦୂରତ୍ୱ ପଣ୍ୟ ପରିବହନ କ୍ଷେତ୍ରରେ ଭଡାରେ ରିହାତି ଦେବା ପାଇଁ ସ୍ଥିର ହୋଇଛି। କୋଇଲା, ଲୁହାପଥର, ଲୌହ ଜାତୀୟ ସାମଗ୍ରୀ, ସାମରିକ ଦ୍ରବ୍ୟ ପରିବହନ, ରେଳପଥ ସରଞ୍ଜାମ ଏବଂ କଣ୍ଟେନର ପରିବହନ ବ୍ୟତୀତ ସ୍ବଳ୍ପ ଦୂରତା ପାଇଁ ଅନ୍ୟାନ୍ୟ ପଣ୍ୟ ପରିବହନରେ ୫୦ କିମି ପର୍ଯ୍ୟନ୍ତ ୫୦% ରିହାତି ଦିଆଯିବ। ସେହିଭଳି ୫୧ରୁ ୭୫ କିମି ପର୍ଯ୍ୟନ୍ତ ଦୂରତ୍ୱ ପରିବହନ ପାଇଁ ୨୫% ରିହାତି ଏବଂ ୭୬ରୁ ୯୦ କିମି ପର୍ଯ୍ୟନ୍ତ ପରିବହନ ପାଇଁ ୧୦% ରିହାତି ଦିଆଯିବ। ୯୧ରୁ ୧୦୦ କିମି ଦୂରତ୍ୱ ପାଇଁ ପଣ୍ୟ ପରିବହନ ଦେୟ ଅପରିବର୍ତ୍ତିତ ରହିବ। ଏହି ରିହାତି କୋଇଲା, ଲୁହାପଥର, ଲୌହ ଜାତୀୟ ସାମଗ୍ରୀ, ସାମରିକ ଦ୍ରବ୍ୟ ପରିବହନ, ରେଳପଥ ସରଞ୍ଜାମ ଏବଂ କଣ୍ଟେନର ପରିବହନ ବ୍ୟତୀତ ଅନ୍ୟ ସମସ୍ତ ସାମଗ୍ରୀ ପରିବହନ ପାଇଁ ଲାଗୁ ହେବ। ୨୦୨୦ ଜୁଲାଇ ପହିଲାରୁ ୨୦୨୧ ଜୁନ ୩୦ ପର୍ଯ୍ୟନ୍ତ ଏହି ରିହାତି ଲାଗୁ କରାଯାଇଛି। କେବଳ ଦେଶର ପୂର୍ବ-ଉତ୍ତର କ୍ଷେତ୍ରକୁ ଏବଂ ଏହାର ପରିସୀମା ମଧ୍ୟରୁ ପଣ୍ୟ ପରିବହନ ପାଇଁ ୬% ରିହାତି ଲାଗୁ କରାଯିବ। ପୂର୍ବରୁ ସ୍ବଳ୍ପ ଦୂରଗାମୀ ପଣ୍ୟ ପରିବହନ ପାଇଁ ଅତି କମ୍‌ରେ ୧୦୦କିମି ପର୍ଯ୍ୟନ୍ତ ପରିବହନ ବାବଦରେ ଭଡା ଧାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?