ଚାକିରି ପାଇଁ ରେଳରୋକୋ

ପଦ୍ମପୁର,୨୦ା୮(ଡି.ଏନ.ଏ.): ଭଦ୍ରକ ଜିଲା ଚରମ୍ପା-ଧାମରା ନିର୍ମିତ ରେଳପଥ ପାଇଁ ଜମି ହରାଇଥିବା ସଦର ବ୍ଲକର ଶତାଧିକ ଲୋକ ଶୁକ୍ରବାର ଭଟତିରା-ଇଚ୍ଛାପୁରଠାରେ ରେଳରୋକୋ କରିଥିଲେ। ଧାମରା ବନ୍ଦର କର୍ତ୍ତୃପକ୍ଷଙ୍କ ଚାଷୀମାରଣ ନୀତି ବୋଲି ସେମାନେ ଅଭିଯୋଗ କରିବା ସହ ଜମିହରାଙ୍କ ପରିବାରର ଜଣେ ବ୍ୟକ୍ତିଙ୍କୁ କମ୍ପାନୀରେ ନିଯୁକ୍ତି ଦାବି କରି ଧାରଣାରେ ବସିଥିଲେ। ଏନେଇ ଟ୍ରେନ୍‌ ଚଳାଚଳ ବ୍ୟାହତ ହୋଇଥିଲା।

ଖବର ପାଇ ବିଡିଓ ମନୋଜ କୁମାର ବେହେରା, ଡିପିସିଏଲ୍‌ର ସତ୍ୟବ୍ରତ ନାୟକ, ସାବରଙ୍ଗ ଥାନା ଅଧିକାରୀ ମନୋରମା ବାରିକ, ଏସ୍‌ଆଇ ନିତେଇ ଚରଣ ମହାନ୍ତି, ଯତୀନ୍ଦ୍ର ନାଥ ସିଙ୍କୁ ପ୍ରମୁଖ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ବନ୍ଦର କର୍ତ୍ତୃପକ୍ଷ ଆସନ୍ତା ୨୫ ତାରିଖରେ ଜମି ହରାଇଥିବା ଚାଷୀମାନଙ୍କ ସହ ଆଲୋଚନା କରି ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ। ବଣିଆ, କେଦାରପୁର, ବରହମପୁର, ବେନ୍ତାଳ ପଞ୍ଚାୟତର ହେମନ୍ତ କୁମାର ପାଢ଼ୀ, ଅକ୍ଷୟ ଦାସ, ଅଜୟ ସାମଲ, ତପନ ତ୍ରିପାଠୀ, ଉପେନ୍ଦ୍ର ପଲେଇ, ନରହରି ସାହୁ, ନିଶିକାନ୍ତ ପରିଡ଼ା, ପଦ୍ମଲୋଚନ ଦାସ ପ୍ରମୁଖ ଏଥିରେ ସାମିଲ ଥିଲେ।

ସୂଚନାଯୋଗ୍ୟ, ଉକ୍ତ ରେଳପଥ ପାଇଁ ସଦର ବ୍ଲକର ବିଭିନ୍ନ ପଞ୍ଚାୟତର ଶତାଧିକ ଏକର ଚାଷଜମିକୁ ରେଳ ବିଭାଗ ଅଧିଗ୍ରହଣ କରିଥିଲା। ଜମି ହରାଇଥିବା ଲୋକେ ଧାମରା ବନ୍ଦର କମ୍ପାନୀରେ ପରିବାରର ଜଣଙ୍କୁ ନିଯୁକ୍ତି ପାଇଁ କର୍ତ୍ତୃପକ୍ଷଙ୍କ ନିକଟରେ ଦାବି ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri