ରେଳ ପ୍ରକଳ୍ପ: ଓଡ଼ିଶାର ଦାବି ୭,୨୦୦ କୋଟି

ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ର ସରକାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଆସନ୍ତା ବଜେଟରେ ଓଡ଼ିଶାରେ ଚାଲୁ ରହିଥିବା ତଥା ନୂତନ ଭାବେ ନିଆଯାଇଥିବା ବିଭିନ୍ନ ରେଳ ପ୍ରକଳ୍ପ ପାଇଁ ୭,୨୦୦ କୋଟି ଟଙ୍କାର ବ୍ୟବସ୍ଥା କରିବାକୁ ଦାବି କରାଯାଇଛି। ଏଥିସହିତ ରାଜ୍ୟର ଦୁର୍ଗମ, ଅନଗ୍ରସର ଅଞ୍ଚଳରେ ଇଣ୍ଟରନେଟ୍‌ ସୁବିଧା ପାଇଁ ବଜେଟରେ ୫,୬୫୦ କୋଟି ଟଙ୍କାର ବ୍ୟୟବରାଦ କରିବାକୁ ଦାବି କରାଯାଇଛି ।
ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଭିଡିଓ କନ୍‌ଫରେନି୍ଂସ ଜରିଆରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ସହ ୨୦୨୧-୨୨ ପ୍ରାକ୍‌ ବଜେଟ ପ୍ରସ୍ତୁତି ସମ୍ପର୍କରେ ମତାମତ ଲୋଡ଼ିଥିଲେ। ଏଥିରେ ଭାଗ ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ରାଜ୍ୟରେ ଜାତୀୟ ରାଜପଥଗୁଡିକର ନିର୍ମାଣ ତଥା ରକ୍ଷଣାବେକ୍ଷଣ ପାଇଁ ଆବଶ୍ୟକ ବ୍ୟୟବରାଦ କରିବା ଲାଗି ପ୍ରସ୍ତାବ ଦେଇଥିଲେ। ଏହାସହ ସେଣ୍ଟ୍ରାଲ ସେଲସ୍‌ ଟ୍ୟାକ୍ସ ଆକ୍ଟ-୧୯୫୬ର ଧାରା ୮ ଉପଧାରା-୩ରେ ସଂଶୋଧନ କରି ଫର୍ମ-ସି’ର ଅପବ୍ୟବହାର କରାଯାଇ ହାଇସ୍ପିଡ୍‌ ଡିଜେଲର ଆନ୍ତଃରାଜ୍ୟ କ୍ରମକୁ ରୋକିବା ନେଇ ବଜେଟରେ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି।
ଓଡ଼ିଶାରେ ବ୍ୟାଙ୍କ ନ ଥିବା ଗ୍ରାମପଞ୍ଚାୟତଗୁଡିକରେ ବ୍ୟାଙ୍କ ଶାଖା ଖୋଲିବା, ଶକ୍ତି କ୍ଷେତ୍ରରେ ଥିବା ବିଭିନ୍ନ ସମସ୍ୟା ଯଥା ଟାରିଫ୍‌ ପଲିସିରେ ସଂଶୋଧନ କରି ପୁରୁଣା ପାଓ୍ବାର ପର୍ଚେଜ ଏଗ୍ରିମେଣ୍ଟଗୁଡିକୁ ବନ୍ଦ କରିବା, ବିଦ୍ୟୁତ୍‌ ଆଇନ-୨୦୦୩ରେ ସଂଶୋଧନ କରି ସମସ୍ତ ଜଳ ବିଦ୍ୟୁତ୍‌ ପ୍ରକଳ୍ପଗୁଡିକୁ ରିନ୍ୟୁଏବୁଲ୍‌ ପାଓ୍ବାର ଓବ୍ଲିଗେଶନ ପାଇଁ ଅନ୍ତର୍ଭୁକ୍ତ କରିବାକୁ ପୂଜାରୀ ପ୍ରସ୍ତାବ ଦେଇଛନ୍ତି।
ବଳକା ଶକ୍ତିକୁ ବିକ୍ରି କରିବା ପାଇଁ ଏସ୍‌ଇସିଆଇ ଦ୍ୱାରା କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ଡିଆଇଏସ୍‌ସିଓଏମ୍‌ମାନଙ୍କୁ ଭାଗନେବା ପାଇଁ ଅନୁମତି ଦେବାକୁ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି। ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ପାଇଁ ବ୍ୟୟବରାଦ କରିବା ସହ ରାଜ୍ୟଗୁଡିକର ସ୍ବାର୍ଥ ଜଡ଼ିତ ଥିବା ଜରୁରୀ ନିଷ୍ପତ୍ତି ନେବା ପୂର୍ବରୁ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦିଆଯାଇଛି। ସେହିପରି କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ସମସ୍ତ ଅର୍ଥ ରାଜ୍ୟ ବଜେଟ ଜରିଆରେ ପ୍ରଦାନ କରାଯିବା, ଏ ବାବଦକୁ ସୋସାଇଟି ବ୍ୟାଙ୍କ ଆକାଉଣ୍ଟ ଜରିଆରେ ଖର୍ଚ୍ଚ ନ କରି ସିଧାସଳଖ ରାଜ୍ୟ ଟ୍ରେଜେରିରୁ ଖର୍ଚ୍ଚ କରିବାକୁ ଅନୁମତି ପ୍ରଦାନ କରିବା, କେନ୍ଦ୍ର ପ୍ରବର୍ତ୍ତିତ ଯୋଜନାଗୁଡିକ ବାବଦରେ ରାଜ୍ୟକୁ ମିଳିବାକୁ ଥିବା ଅର୍ଥର ଆଗୁଆ ପ୍ରଦାନ କରିବା ସହ ଉତ୍ତର-ପୂର୍ବ ତଥା ହିମାଳୟସ୍ଥିତ ରାଜ୍ୟଗୁଡିକୁ ପ୍ରଦାନ କରାଯାଉଥିବା କେନ୍ଦ୍ର ଅଂଶ ହାରରେ ଓଡ଼ିଶାକୁ କେନ୍ଦ୍ରୀୟ ଅଂଶଧନ ପ୍ରଦାନ କରିବାକୁ ପ୍ରସ୍ତାବ ଦିଆଯାଇଛି। କେନ୍ଦ୍ର ସରକାର ସୀମା ଶୁଳ୍କ ଉପରେ ଆଦାୟ କରୁଥିବା ସେସ୍‌ ତଥା ଅତିରିକ୍ତ ଦେୟଗୁଡିକୁ ବନ୍ଦ କରି ସେଗୁଡିକୁ କେନ୍ଦ୍ର ଟିକସ ଅନ୍ତର୍ଭୁକ୍ତ କରିବା ଦ୍ୱାରା ରାଜ୍ୟଗୁଡିକୁ କେନ୍ଦ୍ର ଟିକସରୁ ଅଧିକ ରାଜ୍ୟ ଅଂଶ ମିଳିପାରିବ। ବିଭିନ୍ନ ପ୍ରକଳ୍ପ ବାବଦରେ ବାହାରୁ ମିଳୁଥିବା ଋଣକୁ ଭାରତୀୟ ମୁଦ୍ରା ଆକାରରେ ପ୍ରଦାନ କରିବାକୁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ନିରଞ୍ଜନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri